ଯିଶାଇୟ 4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସେହି ଦିନ ସାତ ଜଣ ସ୍ତ୍ରୀ ଜଣେ ପୁରୁଷକୁ ଧରି କହିବେ, “ଆମ୍ଭେମାନେ ନିଜ ଅନ୍ନ ଭୋଜନ କରିବୁ ଓ ନିଜ ବସ୍ତ୍ର ପିନ୍ଧିବୁ; କେବଳ ତୁମ୍ଭ ନାମରେ ଆମ୍ଭେମାନେ ଖ୍ୟାତ ହେଉ; ତୁମ୍ଭେ ଆମ୍ଭମାନଙ୍କର ଅପମାନ ଦୂର କର।” ସଦାପ୍ରଭୁଙ୍କ ଗୌରବାନ୍ୱିତ ଶାଖା 2 ସେହି ଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ୱିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ। 3 ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ୱାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରିଦେବେ; 4 ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ। 5 ଆଉ, ସଦାପ୍ରଭୁ ସିୟୋନ ପର୍ବତସ୍ଥ ସମୁଦାୟ ଆବାସ ଓ ତାହାର ସକଳ ସଭା ଉପରେ ଦିବସରେ ମେଘ ଓ ଧୂମ ଓ ରାତ୍ରିରେ ପ୍ରଜ୍ୱଳିତ ଅଗ୍ନିର ତେଜ ସୃଷ୍ଟି କରିବେ; କାରଣ ସମୁଦାୟ ପ୍ରତାପ ଉପରେ ଚନ୍ଦ୍ରାତପ ବିସ୍ତୃତ ହେବ। 6 ପୁଣି, ଦିବସରେ ଗ୍ରୀଷ୍ମରୁ ଛାୟା ନିମନ୍ତେ, ଆଉ ଝଡ଼ ଓ ବୃଷ୍ଟିରୁ ଆଶ୍ରୟ ଓ ଆଚ୍ଛାଦନ ସ୍ଥାନ ସ୍ୱରୂପ ହେବା ନିମନ୍ତେ ଏକ ଆବାସ ହେବ। |
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Bridge Connectivity Solutions Pvt. Ltd.