ଆୟୁବ 25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NTବିଲ୍ଦଦ୍-ମନୁଷ୍ୟ ପକ୍ଷେ ଧାର୍ମିକ ଓ ଶୁଚି ଅସମ୍ଭବ 1 ଏଥିରେ ଶୂହୀୟ ବିଲ୍ଦଦ୍ ଉତ୍ତର କରି କହିଲା, 2 “ପ୍ରଭୁତ୍ୱ ଓ ଭୟ ତାହାଙ୍କଠାରେ ଥାଏ; ସେ ଆପଣା ଉଚ୍ଚସ୍ଥାନରେ ଶାନ୍ତି ସମ୍ପାଦନ କରନ୍ତି। 3 ତାହାଙ୍କ ସୈନ୍ୟଦଳର କି କୌଣସି ସଂଖ୍ୟା ଅଛି? କାହା ଉପରେ ତାହାଙ୍କ ଦୀପ୍ତି ଉଦିତ ନ ହୁଏ? 4 ତେବେ ମନୁଷ୍ୟ କିପରି ପରମେଶ୍ୱରଙ୍କ ଛାମୁରେ ଧାର୍ମିକ ହୋଇ ପାରିବ? ଅବା ସ୍ତ୍ରୀଜାତ ଲୋକ କିପରି ଶୁଚି ହୋଇ ପାରିବ? 5 ଦେଖ, ତାହାଙ୍କ ଦୃଷ୍ଟିରେ ଚନ୍ଦ୍ର ହିଁ ନିସ୍ତେଜ ଅଟେ ଓ ତାରାଗଣ ନିର୍ମଳ ନୁହନ୍ତି; 6 ତେବେ କୀଟମାତ୍ର ମନୁଷ୍ୟ କʼଣ! ଓ କୃମିମାତ୍ର ମନୁଷ୍ୟ-ସନ୍ତାନ କʼଣ?” |
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Bridge Connectivity Solutions Pvt. Ltd.