ଗୀତସଂହିତା 100 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NTସ୍ତୁତିଗାନ ଧନ୍ୟବାଦାର୍ଥକ ଗୀତ। 1 ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର। 2 ଆନନ୍ଦରେ ସଦାପ୍ରଭୁଙ୍କର ସେବା କର; ଗାନ କରି ତାହାଙ୍କ ଛାମୁକୁ ଆସ। 3 ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ। 4 ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର। 5 କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; ଆଉ, ତାହାଙ୍କର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ଥାଏ। |
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Bridge Connectivity Solutions Pvt. Ltd.