ଗୀତସଂହିତା 101 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NTରାଜାଙ୍କ ପ୍ରତିଜ୍ଞା ଦାଉଦଙ୍କର ଗୀତ। 1 ମୁଁ ଦୟା ଓ ଶାସନ ବିଷୟ ଗାନ କରିବି। ହେ ସଦାପ୍ରଭୋ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି। 2 ମୁଁ ବିବେଚନାପୂର୍ବକ ସିଦ୍ଧ ପଥରେ ଗମନ କରିବି; ଆହା, ତୁମ୍ଭେ କେବେ ମୋʼ ନିକଟକୁ ଆସିବ? ମୁଁ ଆପଣା ଗୃହ ମଧ୍ୟରେ ସିଦ୍ଧ ଅନ୍ତଃକରଣରେ ଆଚରଣ କରିବି। 3 ମୁଁ କୌଣସି ମନ୍ଦ ବିଷୟ ଆପଣା ଦୃଷ୍ଟିଗୋଚରରେ ରଖିବି ନାହିଁ; ମୁଁ ବିପଥଗାମୀମାନଙ୍କ କର୍ମ ଘୃଣା କରେ; ତାହା ମୋʼ ଠାରେ ଲିପ୍ତ ହେବ ନାହିଁ। 4 କୁଟିଳ ଅନ୍ତଃକରଣ ମୋʼ ନିକଟରୁ ଦୂର ହେବ; ମୁଁ ମନ୍ଦ ବିଷୟର ପରିଚୟ ନେବି ନାହିଁ। 5 ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି; ଯାହାର ଅହଙ୍କାର-ଦୃଷ୍ଟି ଓ ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ। 6 ଦେଶର ବିଶ୍ୱସ୍ତ ଲୋକେ ଯେପରି ମୋʼ ସଙ୍ଗେ ବାସ କରିବେ, ଏଥିପାଇଁ ସେମାନଙ୍କ ଉପରେ ମୋହର ଦୃଷ୍ଟି ରହିବ। ଯେଉଁ ଜନ ସିଦ୍ଧ ପଥରେ ଚାଲେ, ସେ ମୋହର ସେବା କରିବ। 7 ଯେ ପ୍ରତାରଣା କରେ, ସେ ମୋʼ ଗୃହ ମଧ୍ୟରେ ବାସ କରିବ ନାହିଁ। ଯେ ମିଥ୍ୟା କହେ, ସେ ମୋʼ ଦୃଷ୍ଟିଗୋଚରରେ ସ୍ଥାୟୀ ହେବ ନାହିଁ। 8 ମୁଁ ଅଧର୍ମାଚାରୀ ସମସ୍ତଙ୍କୁ ସଦାପ୍ରଭୁଙ୍କ ନଗରରୁ ଉଚ୍ଛିନ୍ନ କରିବା ନିମନ୍ତେ ପ୍ରତି ପ୍ରଭାତରେ ଦେଶର ସକଳ ଦୁଷ୍ଟ ଲୋକଙ୍କୁ ସଂହାର କରିବି। |
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Bridge Connectivity Solutions Pvt. Ltd.