ଗୀତସଂହିତା 11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NTସଦାପ୍ରଭୁଙ୍କଠାରେ ନିର୍ଭର ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। 1 ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ; ତୁମ୍ଭେମାନେ କିପରି ମୋʼ ପ୍ରାଣକୁ କହୁଅଛ, “ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?” 2 କାରଣ ଦେଖ! ଦୁଷ୍ଟମାନେ ସରଳଚିତ୍ତ ଲୋକକୁ ଅନ୍ଧକାରରେ ବିନ୍ଧିବା ପାଇଁ ଧନୁ ନୁଆଁନ୍ତି, ସେମାନେ ଗୁଣରେ ତୀରଯୁକ୍ତ କରନ୍ତି। 3 ଯଦି ଭିତ୍ତିମୂଳ ଉତ୍ପାଟିତ ହୁଏ, ତେବେ ଧାର୍ମିକ କʼଣ କରି ପାରିବ? 4 ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି, ସଦାପ୍ରଭୁଙ୍କର ସିଂହାସନ ସ୍ୱର୍ଗରେ, ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ ସନ୍ତାନମାନଙ୍କୁ ପରୀକ୍ଷା କରେ। 5 ସଦାପ୍ରଭୁ ଧାର୍ମିକର ପରୀକ୍ଷା କରନ୍ତି; ମାତ୍ର ଦୁଷ୍ଟ ଓ ଦୌରାତ୍ମ୍ୟପ୍ରିୟ ଲୋକକୁ ସେ ଘୃଣା କରନ୍ତି। 6 ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ; ଅଗ୍ନି, ଗନ୍ଧକ ଓ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ। 7 କାରଣ ସଦାପ୍ରଭୁ ଧର୍ମମୟ; ସେ ଧାର୍ମିକତାକୁ ପ୍ରେମ କରନ୍ତି; ସରଳ ଲୋକ ତାହାଙ୍କ ମୁଖ ଦର୍ଶନ କରିବ। |
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Bridge Connectivity Solutions Pvt. Ltd.