ଗୀତସଂହିତା 113 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NTମଙ୍ଗଳମୟ ପରମେଶ୍ୱରଙ୍କ ସ୍ତୁତି 1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ସଦାପ୍ରଭୁଙ୍କ ଦାସଗଣ, ତୁମ୍ଭେମାନେ ପ୍ରଶଂସା କର, ସଦାପ୍ରଭୁଙ୍କ ନାମର ପ୍ରଶଂସା କର। 2 ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ। 3 ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ପ୍ରଶଂସନୀୟ। 4 ସଦାପ୍ରଭୁ ସମୁଦାୟ ଗୋଷ୍ଠୀ ଉପରେ ଓ ତାହାଙ୍କ ଗୌରବ ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ। ଯାହାଙ୍କର ଆସନ ଊର୍ଦ୍ଧ୍ୱରେ, 5 ଯେ ଆକାଶ ଓ ପୃଥିବୀକୁ ଦେଖିବା ପାଇଁ ଆପଣାକୁ ନତ କରନ୍ତି, 6 ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କିଏ? 7 ସେ ଅଧିପତିମାନଙ୍କ ସଙ୍ଗେ, ନିଜ ଲୋକଙ୍କ ଅଧିପତିଗଣ ସଙ୍ଗେ ବସାଇବା ପାଇଁ, 8 ଦରିଦ୍ରକୁ ଧୂଳିରୁ ଉଠାନ୍ତି ଓ ଦୀନହୀନକୁ ଖତରାଶିରୁ ଉତ୍ତୋଳନ କରନ୍ତି। 9 ସେ ବନ୍ଧ୍ୟା ସ୍ତ୍ରୀକୁ ଗୃହିଣୀ ଓ ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। |
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Bridge Connectivity Solutions Pvt. Ltd.