ଗୀତସଂହିତା 114 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NTନିସ୍ତାର ପର୍ବ ସଙ୍ଗୀତ 1 ଯେତେବେଳେ ଇସ୍ରାଏଲ ମିସରରୁ ଓ ଯାକୁବ ବଂଶ ଅନ୍ୟ ଭାଷାବାଦୀ ଲୋକଙ୍କ ମଧ୍ୟରୁ ବାହାରିଲେ; 2 ସେତେବେଳେ ଯିହୁଦା ତାହାଙ୍କ ଧର୍ମଧାମ ଓ ଇସ୍ରାଏଲ ତାହାଙ୍କ ରାଜ୍ୟ ହେଲା, 3 ସମୁଦ୍ର ତାହା ଦେଖି ପଳାଇଲା; ଯର୍ଦ୍ଦନ ଉଜାଣି ବହିଲା। 4 ପର୍ବତଗଣ ମେଷ ପରି ଓ ଉପପର୍ବତଗଣ ମେଷଶାବକ ପରି ଡିଆଁ ମାରିଲେ। 5 ତୁମ୍ଭର କʼଣ ହେଲା ଯେ, ହେ ସମୁଦ୍ର, ତୁମ୍ଭେ ପଳାଉଅଛ? ହେ ଯର୍ଦ୍ଦନ, ତୁମ୍ଭେ ଉଜାଣି ବହୁଅଛ? 6 ହେ ପର୍ବତଗଣ, ତୁମ୍ଭେମାନେ ମେଷ ପରି, ହେ ଉପପର୍ବତଗଣ, ତୁମ୍ଭେମାନେ ମେଷଶାବକ ପରି ଡିଆଁ ମାରୁଅଛ? 7 ହେ ପୃଥିବୀ, ତୁମ୍ଭେ ପ୍ରଭୁଙ୍କ ଛାମୁରେ, ଯାକୁବର ପରମେଶ୍ୱରଙ୍କ ଛାମୁରେ କମ୍ପିତ ହୁଅ; 8 ସେ ଶୈଳକୁ ଜଳାଶୟ, ଚକ୍ମକି ପ୍ରସ୍ତରକୁ ନିର୍ଝର କଲେ। |
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Bridge Connectivity Solutions Pvt. Ltd.