ଗୀତସଂହିତା 120 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NTସାହାଯ୍ୟ ପ୍ରାର୍ଥନା ଆରୋହଣ ଗୀତ। 1 ମୁଁ ଆପଣା ବିପଦରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି, ତହିଁରେ ସେ ମୋତେ ଉତ୍ତର ଦେଲେ। 2 ହେ ସଦାପ୍ରଭୋ, ମିଥ୍ୟାବାଦୀ ଓଷ୍ଠାଧରରୁ ଓ ପ୍ରବଞ୍ଚକ ଜିହ୍ୱାରୁ ମୋʼ ପ୍ରାଣକୁ ଉଦ୍ଧାର କର। 3 ହେ ପ୍ରବଞ୍ଚକ ଜିହ୍ୱେ, ତୁମ୍ଭକୁ କଅଣ ଦିଆଯିବ ଓ ତୁମ୍ଭ ପ୍ରତି ଅଧିକ କଅଣ କରାଯିବ? 4 ବୀରର ତୀକ୍ଷ୍ଣ ତୀର ଓ ରେତମ କାଷ୍ଠର ଅଙ୍ଗାର ସହ ଦଣ୍ଡ ଦେବେ। 5 ହାୟ, ହାୟ, ମୁଁ ମେଶକ୍ରେ ପ୍ରବାସ କରେ। ମୁଁ କେଦାରର ତମ୍ବୁସମୂହ ମଧ୍ୟରେ ବାସ କରେ। 6 ଶାନ୍ତି ଘୃଣାକାରୀ ଲୋକ ସହିତ ମୋʼ ପ୍ରାଣ ଦୀର୍ଘ କାଳ ବାସ କରିଅଛି। 7 ମୁଁ ଶାନ୍ତି ଚାହେଁ; ମାତ୍ର ମୁଁ କଥା କହିଲେ, ସେମାନେ ଯୁଦ୍ଧ ଚାହାନ୍ତି। |
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Bridge Connectivity Solutions Pvt. Ltd.