ଗୀତସଂହିତା 121 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NTପରମେଶ୍ୱର ଆମ ରକ୍ଷକ ଆରୋହଣ ଗୀତ। 1 ମୁଁ ପର୍ବତଗଣ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରିବି; କେଉଁଠାରୁ ମୋହର ସାହାଯ୍ୟ ଆସିବ? 2 ମୋହର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସେ, ସେ ଆକାଶ ଓ ପୃଥିବୀ ନିର୍ମାଣ କଲେ। 3 ସେ ତୁମ୍ଭ ଚରଣକୁ ବିଚଳିତ ହେବାକୁ ଦେବେ ନାହିଁ; ଯେ ତୁମ୍ଭକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ। 4 ଦେଖ, ଯେ ଇସ୍ରାଏଲକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ କି ନିଦ୍ରା ଯିବେ ନାହିଁ। 5 ସଦାପ୍ରଭୁ ତୁମ୍ଭର ରକ୍ଷକ; ସଦାପ୍ରଭୁ ତୁମ୍ଭ ଦକ୍ଷିଣ ପାର୍ଶ୍ୱର ଛାୟା। 6 ଦିବସରେ ସୂର୍ଯ୍ୟ, କିଅବା ରାତ୍ରିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରିବ ନାହିଁ। 7 ସଦାପ୍ରଭୁ ସମସ୍ତ ଅମଙ୍ଗଳରୁ ତୁମ୍ଭକୁ ରକ୍ଷା କରିବେ; ସେ ତୁମ୍ଭର ପ୍ରାଣକୁ ରକ୍ଷା କରିବେ। 8 ଆଜିଠାରୁ ସଦାକାଳ ସଦାପ୍ରଭୁ ତୁମ୍ଭର ବାହାରେ ଯିବାର ଓ ଭିତରେ ଆସିବାର ରକ୍ଷା କରିବେ। |
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Bridge Connectivity Solutions Pvt. Ltd.