ଗୀତସଂହିତା 123 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NTକୃପା ଭିକ୍ଷାର ପ୍ରାର୍ଥନା ଆରୋହଣ ଗୀତ। 1 ହେ ସ୍ୱର୍ଗୋପବିଷ୍ଟ ସଦାପ୍ରଭୁ, ମୁଁ ତୁମ୍ଭଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରେ। 2 ଦେଖ, ଯେପରି ଦାସମାନଙ୍କ ଚକ୍ଷୁ ସେମାନଙ୍କ କର୍ତ୍ତାର ହସ୍ତକୁ ଓ ଦାସୀର ଚକ୍ଷୁ ଆପଣା କର୍ତ୍ତ୍ରୀର ହସ୍ତକୁ ଅନାଏ; ସେପରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରିବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ଚକ୍ଷୁ ତାହାଙ୍କୁ ଅନାଇଥାଏ। 3 ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ଦୟା କର, ଆମ୍ଭମାନଙ୍କୁ ଦୟା କର; କାରଣ ଆମ୍ଭେମାନେ ଅବଜ୍ଞାରେ ଅତିଶୟ ପୂର୍ଣ୍ଣ ହୋଇଅଛୁ। 4 ସୁଖଶାଳୀମାନଙ୍କ ଉପହାସରେ ଓ ଅହଙ୍କାରୀମାନଙ୍କ ଅବଜ୍ଞାରେ ଆମ୍ଭମାନଙ୍କ ପ୍ରାଣ ଅତିଶୟ ପୂର୍ଣ୍ଣ ହୋଇଅଛି। |
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Bridge Connectivity Solutions Pvt. Ltd.