ଗୀତସଂହିତା 127 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NTମଙ୍ଗଳମୟ ସଦାପ୍ରଭୁଙ୍କ ସ୍ତୁତି ଆରୋହଣ ଗୀତ; ଶଲୋମନଙ୍କ ରଚିତ। 1 ସଦାପ୍ରଭୁ ଯଦି ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯଦି ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ। 2 ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ବରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି। 3 ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର। 4 ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ। 5 ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ; ସେମାନେ ନଗର-ଦ୍ୱାରରେ ଶତ୍ରୁଗଣ ସଙ୍ଗେ କଥା କହିବା ବେଳେ ଲଜ୍ଜିତ ହେବେ ନାହିଁ। |
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Bridge Connectivity Solutions Pvt. Ltd.