ଗୀତସଂହିତା 128 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NTବାଧ୍ୟତାର ପୁରସ୍କାର ଆରୋହଣ ଗୀତ। 1 ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ। 2 କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ; ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ। 3 ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ; ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ। 4 ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ। 5 ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରିବେ; ଆଉ, ତୁମ୍ଭେ ଯାବଜ୍ଜୀବନ ଯିରୂଶାଲମର ମଙ୍ଗଳ ଦେଖିବ। 6 ହଁ, ତୁମ୍ଭେ ଆପଣା ସନ୍ତାନଗଣର ସନ୍ତାନ ଦେଖିବ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ। |
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Bridge Connectivity Solutions Pvt. Ltd.