ଗୀତସଂହିତା 13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NTସହାୟତା ପାଇଁ ନିବେଦନ ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। 1 ହେ ସଦାପ୍ରଭୋ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ? ତୁମ୍ଭେ କେତେ କାଳ ମୋʼ ଠାରୁ ଆପଣା ମୁଖ ଲୁଚାଇବ? 2 ମୁଁ ସାରାଦିନ ନିଜ ଅନ୍ତଃକରଣରେ ଦୁଃଖିତ ହୋଇ କେତେ କାଳ ମନେ ମନେ ପରାମର୍ଶ କରିବି? କେତେ କାଳ ମୋʼ ଶତ୍ରୁ ମୋʼ ଉପରେ ଉଚ୍ଚୀକୃତ ହେବ? 3 ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ବିବେଚନା କର ଓ ମୋତେ ଉତ୍ତର ଦିଅ; ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁୁ-ନିଦ୍ରାରେ ନିଦ୍ରାଗତ ହେବି; 4 କେଜାଣି ମୋʼ ଶତ୍ରୁ କହିବ, “ମୁଁ ତାହାକୁ ଜୟ କରିଅଛି,” ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ। 5 ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି; ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ; 6 ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି, କାରଣ ସେ ମୋହର ପ୍ରଚୁର ମଙ୍ଗଳ କରିଅଛନ୍ତି। |
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Bridge Connectivity Solutions Pvt. Ltd.