ଗୀତସଂହିତା 130 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NTସହାୟତା ପାଇଁ ପ୍ରାର୍ଥନା ଆରୋହଣ ଗୀତ। 1 ହେ ସଦାପ୍ରଭୋ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି। 2 ହେ ପ୍ରଭୋ, ମୋʼ ରବ ଶୁଣ; ତୁମ୍ଭ କର୍ଣ୍ଣ ମୋʼ ବିନତି-ରବରେ ମନୋଯୋଗ କରୁ। 3 ହେ ସଦାପ୍ରଭୋ, ତୁମ୍ଭେ ଯଦି ଅପରାଧସବୁ ଧରିବ, ତେବେ ହେ ପ୍ରଭୋ, କିଏ ଠିଆ ହେବ? 4 ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ, ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି। 5 ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋʼ ପ୍ରାଣ ଅପେକ୍ଷା କରୁଅଛି, ପୁଣି, ମୁଁ ତାହାଙ୍କ ବାକ୍ୟରେ ଭରସା ରଖୁଅଛି। 6 ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋʼ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ; ହଁ, ପ୍ରହରୀମାନଙ୍କର ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ଅଧିକ। 7 ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ; କାରଣ ସଦାପ୍ରଭୁଙ୍କଠାରେ ଦୟା ଅଛି ଓ ତାହାଙ୍କଠାରେ ପ୍ରଚୁର ମୁକ୍ତି ଅଛି। 8 ପୁଣି, ସେ ଇସ୍ରାଏଲକୁ ତାହାର ସମସ୍ତ ଅପରାଧରୁ ମୁକ୍ତ କରିବେ। |
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Bridge Connectivity Solutions Pvt. Ltd.