ଗୀତସଂହିତା 131 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NTନିର୍ଭରଶୀଳ ହେବା ପାଇଁ ପ୍ରାର୍ଥନା ଆରୋହଣ ଗୀତ; ଦାଉଦଙ୍କ ରଚିତ। 1 ହେ ସଦାପ୍ରଭୋ, ମୋʼ ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋʼ ଦୃଷ୍ଟି ଗର୍ବୀ ନୁହେଁ; କିଅବା ମୁଁ ମହତ୍ ମହତ୍ ବ୍ୟାପାରରେ, ଅଥବା ମୋʼ ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ। 2 ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶାନ୍ତ ଓ କ୍ଷାନ୍ତ କରିଅଛି, ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି; ମୋʼ ପ୍ରାଣ ମୋʼ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି। 3 ହେ ଇସ୍ରାଏଲ, ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କଠାରେ ଭରସା ରଖ। |
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Bridge Connectivity Solutions Pvt. Ltd.