ଗୀତସଂହିତା 133 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NTଭ୍ରାତୃପ୍ରେମ ଆରୋହଣ ଗୀତ, ଦାଉଦଙ୍କ ରଚିତ। 1 ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବା କିପରି ଉତ୍ତମ ଓ ମନୋହର! 2 ତାହା ମସ୍ତକରେ ବହୁମୂଲ୍ୟ ତୈଳ ସ୍ୱରୂପ, ଯାହା ଦାଢ଼ିରେ, ଅର୍ଥାତ୍, ହାରୋଣଙ୍କର ଦାଢ଼ିରେ ବହି ତାଙ୍କ ବସ୍ତ୍ରାଞ୍ଚଳରେ ପଡ଼ିଲା। 3 ତାହା ହର୍ମୋଣ ପାହାଡ଼ର ଶିଶିର ତୁଲ୍ୟ, ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ। କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ, ଅନନ୍ତ ଜୀବନ ଆଜ୍ଞା କଲେ। |
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Bridge Connectivity Solutions Pvt. Ltd.