ଗୀତସଂହିତା 14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NTମଣିଷର ଦୁଷ୍ଟତା ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। 1 ମୂଢ଼ ମନେ ମନେ କହିଅଛି, “ପରମେଶ୍ୱର ନାହାନ୍ତି।” ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସୁକର୍ମକାରୀ କେହି ନାହିଁ। 2 ବିବେଚକ ଓ ପରମେଶ୍ୱରଙ୍କ ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ସଦାପ୍ରଭୁ ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କରନ୍ତି। 3 ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି; ସେମାନେ ଏକତ୍ର ଅଶୁଚି ହୋଇଅଛନ୍ତି; ସୁକର୍ମକାରୀ କେହି ନାହିଁ, ନା, ଜଣେ ହେଁ ନାହିଁ। 4 ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ? ସେମାନେ ମୋʼ ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ। 5 ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ; କାରଣ ପରମେଶ୍ୱର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି। 6 ତୁମ୍ଭେମାନେ ଦୁଃଖୀର ମନ୍ତ୍ରଣାକୁ ଲଜ୍ଜାର ବିଷୟ କରୁଅଛ, ମାତ୍ର ସଦାପ୍ରଭୁ ତାହାର ଆଶ୍ରୟ ଅଟନ୍ତି। 7 ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉ! ଯଦି ସଦାପ୍ରଭୁ ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣନ୍ତି ତେବେ ଯାକୁବ ଉଲ୍ଲାସ କରିବ ଓ ଇସ୍ରାଏଲ ଆନନ୍ଦିତ ହେବ। |
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Bridge Connectivity Solutions Pvt. Ltd.