ଗୀତସଂହିତା 142 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NTସହାୟତା ପାଇଁ ପ୍ରାର୍ଥନା ଗୁମ୍ଫାରେ ଥିଲା ବେଳେ ଦାଉଦଙ୍କର ମସ୍କୀଲ୍; ପ୍ରାର୍ଥନା। 1 ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରେ; ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରେ; 2 ମୁଁ ତାହାଙ୍କ ଛାମୁରେ ନିଜ ଦୁଃଖର କଥା ଭାଙ୍ଗି କହେ; ମୁଁ ତାହାଙ୍କ ଆଗରେ ଆପଣା ଦୁଃଖ ଜଣାଏ। 3 ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍ବିଗ୍ନ ହେବା ବେଳେ ତୁମ୍ଭେ ମୋହର ମାର୍ଗ ଜାଣିଲ। ମୋʼ ଗମନ ପଥରେ ସେମାନେ ମୋʼ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି। 4 ମୋʼ ଦକ୍ଷିଣ ପାର୍ଶ୍ୱ ନିରୀକ୍ଷଣ କରି ଦେଖ; ମୋତେ ଜାଣିବା ଲୋକ କେହି ନାହିଁ; ମୋହର ଆଶ୍ରୟ ବିନଷ୍ଟ ହୋଇଅଛି; ମୋʼ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ। 5 ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରେ; ମୁଁ କହିଲି, ତୁମ୍ଭେ ମୋହର ଆଶ୍ରୟ, ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ। 6 ମୋʼ କାକୂକ୍ତିରେ ମନୋଯୋଗ କର; କାରଣ ମୁଁ ଅତି ଅଧୋନତ ହୋଇଅଛି; ମୋʼ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର; କାରଣ ସେମାନେ ମୋʼ ଅପେକ୍ଷା ବଳବାନ। 7 କାରାଗାରରୁ ମୋʼ ପ୍ରାଣ ଉଦ୍ଧାର କର, ତହିଁରେ ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେବି; ଧାର୍ମିକମାନେ ମୋତେ ବେଷ୍ଟନ କରିବେ; କାରଣ ତୁମ୍ଭେ ମୋହର ପ୍ରଚୁର ମଙ୍ଗଳ କରିବ। |
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Bridge Connectivity Solutions Pvt. Ltd.