Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 143 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT


ସହାୟତା ପାଇଁ ପ୍ରାର୍ଥନା
ଦାଉଦଙ୍କର ଗୀତ।

1 ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ; ମୋʼ ନିବେଦନରେ କର୍ଣ୍ଣପାତ କର; ତୁମ୍ଭର ବିଶ୍ୱସ୍ତତା ଓ ଧର୍ମରେ ମୋତେ ଉତ୍ତର ଦିଅ।

2 ନିଜ ଦାସକୁ ବିଚାରରେ ଆଣ ନାହିଁ; କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ।

3 ଶତ୍ରୁ ମୋʼ ପ୍ରାଣକୁ ତାଡ଼ନା କରିଅଛି; ସେ ମୋʼ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛି; ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇଅଛି।

4 ଏହେତୁ ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍‍ବିଗ୍ନ ହୋଇଅଛି; ମୋʼ ଅନ୍ତରରେ ମୋହର ଚିତ୍ତ ଶୂନ୍ୟ ହୋଇଅଛି।

5 ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛି; ମୁଁ ତୁମ୍ଭର କର୍ମସବୁ ଧ୍ୟାନ କରୁଅଛି; ମୁଁ ତୁମ୍ଭର ହସ୍ତକୃତ କର୍ମ ଚିନ୍ତା କରୁଅଛି।

6 ମୁଁ ତୁମ୍ଭଆଡ଼େ ହସ୍ତ ପ୍ରସାରୁଅଛି; ଶୁଷ୍କ ଭୂମି ତୁଲ୍ୟ ମୋʼ ପ୍ରାଣ ତୁମ୍ଭ ପାଇଁ ତୃଷିତ ହେଉଅଛି। [ସେଲା]

7 ହେ ସଦାପ୍ରଭୋ, ମୋତେ ଉତ୍ତର ଦେବାକୁ ସତ୍ୱର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; ମୋʼ ଠାରୁ ଆପଣା ମୁଖ ଲୁଚାଅ ନାହିଁ; କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି।

8 ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ ଶୁଣାଅ; କାରଣ ମୁଁ ତୁମ୍ଭଠାରେ ଭରସା ରଖେ; ମୋହର ଗନ୍ତବ୍ୟ ପଥ ମୋତେ ଜଣାଅ; କାରଣ ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ।

9 ହେ ସଦାପ୍ରଭୋ, ମୋʼ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୁଁ ଲୁଚିବା ପାଇଁ ତୁମ୍ଭ ନିକଟକୁ ପଳାଏ।

10 ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋହର ପରମେଶ୍ୱର; ତୁମ୍ଭର ଆତ୍ମା ମଙ୍ଗଳମୟ; ମୋତେ ସରଳ ଭୂମିରେ ଗମନ କରାଅ।

11 ହେ ସଦାପ୍ରଭୋ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର; ତୁମ୍ଭ ଧର୍ମରେ ମୋʼ ପ୍ରାଣକୁ ସଙ୍କଟରୁ ବାହାର କରି ଆଣ।

12 ପୁଣି, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋʼ ଶତ୍ରୁମାନଙ୍କୁ ଉଚ୍ଛିନ୍ନ କର ଓ ମୋʼ ପ୍ରାଣର କ୍ଳେଶଦାୟୀ ସମସ୍ତଙ୍କୁ ନାଶ କର; କାରଣ ମୁଁ ତୁମ୍ଭର ଦାସ।

ORY-IRV

Creative Commons License

Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.

Bridge Connectivity Solutions Pvt. Ltd.
Lean sinn:



Sanasan