ଗୀତସଂହିତା 148 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NTସଦାପ୍ରଭୁଙ୍କ ସ୍ତୁତି ପାଇଁ ବିଶ୍ୱକୁ ଆହ୍ୱାନ 1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେମାନେ ଆକାଶମଣ୍ଡଳରୁ ତାହାଙ୍କର ପ୍ରଶଂସା କର; ଊର୍ଦ୍ଧ୍ୱ ସ୍ଥାନରେ ତାହାଙ୍କର ପ୍ରଶଂସା କର। 2 ହେ ତାହାଙ୍କର ଦୂତ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ତାହାଙ୍କର ସୈନ୍ୟ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। 3 ହେ ସୂର୍ଯ୍ୟ ଓ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। ହେ ଦୀପ୍ତିମୟ ତାରା ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। 4 ହେ ସ୍ୱର୍ଗର ସ୍ୱର୍ଗ ଓ ଗଗନୋପରିସ୍ଥ ଜଳସମୂହ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର। 5 ଏମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ ସେ ଆଜ୍ଞା କରନ୍ତେ, ଏମାନେ ସୃଷ୍ଟ ହେଲେ। 6 ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି; ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ। 7 ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ତିମିଙ୍ଗିଳ ଓ ସକଳ ବାରିଧି; 8 ଅଗ୍ନି ଓ ଶିଳା, ହିମ ଓ ବାଷ୍ପ; ତାହାଙ୍କ ବାକ୍ୟସାଧକ ପ୍ରଚଣ୍ଡ ବାୟୁ; 9 ପର୍ବତ ଓ ସକଳ ଉପପର୍ବତ; ଫଳବାନ ବୃକ୍ଷ ଓ ସକଳ ଏରସ ବୃକ୍ଷ; 10 ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ; ଉରୋଗାମୀ ଓ ଉଡ୍ଡୀୟମାନ ପକ୍ଷୀଗଣ; 11 ପୃଥିବୀର ରାଜାଗଣ ଓ ସକଳ ଗୋଷ୍ଠୀ; ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା। 12 ଯୁବକ ଓ ଯୁବତୀମାନେ; ବୃଦ୍ଧ ଓ ବାଳକମାନେ; 13 ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ; ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ। 14 ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇଅଛନ୍ତି, ତାହା ତାହାଙ୍କ ସଦ୍ଭକ୍ତମାନଙ୍କର ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ-ସନ୍ତାନଗଣର ପ୍ରଶଂସାର ବିଷୟ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। |
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Bridge Connectivity Solutions Pvt. Ltd.