ଗୀତସଂହିତା 149 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NTସ୍ତୁତି ଭଜନ 1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର ଓ ଭକ୍ତମାନଙ୍କ ସମାଜରେ ତାହାଙ୍କର ପ୍ରଶଂସା ଗାନ କର। 2 ଇସ୍ରାଏଲ ଆପଣା ନିର୍ମାଣକର୍ତ୍ତାଙ୍କଠାରେ ଆନନ୍ଦ କରୁ; ସିୟୋନର ସନ୍ତାନଗଣ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହେଉନ୍ତୁ। 3 ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ; ସେମାନେ ଦାରା ଓ ବୀଣା ବଜାଇ ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରନ୍ତୁ। 4 କାରଣ ସଦାପ୍ରଭୁ ଆପଣା ଲୋକଙ୍କଠାରେ ସନ୍ତୋଷ ପାଆନ୍ତି; ସେ ନମ୍ର ଲୋକମାନଙ୍କୁ ପରିତ୍ରାଣରେ ସୁଶୋଭିତ କରିବେ। 5 ଭକ୍ତଗଣ ବିଜୟରେ ଉଲ୍ଲସିତ ହେଉନ୍ତୁ; ସେମାନେ ଆନନ୍ଦ ହେତୁ ଆପଣା ଆପଣା ଶଯ୍ୟାରେ ଗାନ କରନ୍ତୁ। ସେମାନଙ୍କ କଣ୍ଠରେ ପରମେଶ୍ୱରଙ୍କ ଉଚ୍ଚ ପ୍ରଶଂସା ଥାଉ; 6 ପୁଣି, ସେମାନଙ୍କ ହସ୍ତରେ ଦ୍ୱିବିଧ ଖଡ୍ଗ ଥାଉ। 7 ଗୋଷ୍ଠୀୟମାନଙ୍କୁ ପ୍ରତିଫଳ ଦେବା ପାଇଁ, ଜନବୃନ୍ଦଙ୍କୁ ଶାସ୍ତି ଦେବା ପାଇଁ, 8 ସେମାନଙ୍କ ରାଜାଗଣକୁ ଶିକୁଳିରେ ଓ ସେମାନଙ୍କ ପ୍ରଧାନବର୍ଗକୁ ଲୌହବେଡ଼ିରେ ବାନ୍ଧିବା ପାଇଁ, 9 ସେମାନଙ୍କ ପ୍ରତିକୂଳରେ ଲିଖିତ ବିଚାର ନିଷ୍ପନ୍ନ କରିବା ପାଇଁ, ତାହାଙ୍କ ଭକ୍ତବୃନ୍ଦର ଏହି ମର୍ଯ୍ୟାଦା। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। |
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Bridge Connectivity Solutions Pvt. Ltd.