ଗୀତସଂହିତା 15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NTସଦାପ୍ରଭୁଙ୍କ ଆବଶ୍ୟକତା ଦାଉଦଙ୍କର ଗୀତ। 1 ହେ ସଦାପ୍ରଭୋ, ତୁମ୍ଭ ଆବାସରେ କିଏ ପ୍ରବାସ କରି ପାରିବ? ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରି ପାରିବ? 2 ଯେଉଁ ଜନ ସରଳାଚରଣ, ଧର୍ମକର୍ମ କରେ ଓ ଆପଣା ଅନ୍ତଃକରଣରେ ସତ୍ୟ କହେ। 3 ଯେ ଆପଣା ଜିହ୍ୱାରେ ଗ୍ଳାନି କରେ ନାହିଁ, ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ। 4 ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ। ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ। 5 ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ। ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚା ଯିବ ନାହିଁ। |
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Bridge Connectivity Solutions Pvt. Ltd.