ଗୀତସଂହିତା 23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NTସଦାପ୍ରଭୁ ମୋର ପ୍ରତିପାଳକ ଦାଉଦଙ୍କର ଗୀତ। 1 ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ। 2 ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି। 3 ସେ ମୋʼ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମ ପଥରେ ମୋତେ କଢ଼ାଇ ନିଅନ୍ତି। 4 ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି। 5 ତୁମ୍ଭେ ମୋʼ ଶତ୍ରୁଗଣଙ୍କ ସାକ୍ଷାତରେ ମୋʼ ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋʼ ମସ୍ତକ ସିକ୍ତ କରିଅଛ; ମୋʼ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି। 6 ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍ଗାମୀ ହେବ; ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି। |
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Bridge Connectivity Solutions Pvt. Ltd.