Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT


ମହାନ ରାଜା
ଦାଉଦଙ୍କର ଗୀତ।

1 ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର।

2 କାରଣ ସେ ସମୁଦ୍ର ଉପରେ ତାହା ସ୍ଥାପନ କରିଅଛନ୍ତି ଓ ନଦୀ ଉପରେ ତାହା ଦୃଢ଼ କରିଅଛନ୍ତି।

3 କିଏ ସଦାପ୍ରଭୁଙ୍କ ପର୍ବତରେ ଆରୋହଣ କରିବ? ଓ କିଏ ତାହାଙ୍କ ପବିତ୍ର ସ୍ଥାନରେ ଠିଆ ହେବ?

4 ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି, ଯେ ଛଳ ଭାବରେ ଶପଥ କରି ନାହିଁ, ସେ।

5 ସେ ସଦାପ୍ରଭୁଙ୍କଠାରୁ ଆଶୀର୍ବାଦ ଓ ଆପଣାର ପରିତ୍ରାଣ ସ୍ୱରୂପ ପରମେଶ୍ୱରଙ୍କଠାରୁ ଧାର୍ମିକତା ପ୍ରାପ୍ତ ହେବ।

6 ଯେଉଁମାନେ ପରମେଶ୍ୱରଙ୍କୁ ଅନ୍ୱେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ୱର, ଏମାନେ ତୁମ୍ଭର ମୁଖ ଅନ୍ୱେଷଣ କରନ୍ତି। [ସେଲା]

7 ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ଟେକି ହୁଅ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।

8 ଗୌରବମୟ ରାଜା କିଏ? ବଳବାନ ଓ ବୀର ସଦାପ୍ରଭୁ, ସଂଗ୍ରାମରେ ବୀର ସଦାପ୍ରଭୁ।

9 ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ମସ୍ତକ ଟେକ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।

10 ଏହି ଗୌରବମୟ ରାଜା କିଏ? ବାହିନୀଗଣର ସଦାପ୍ରଭୁ, ସେ ଗୌରବମୟ ରାଜା ଅଟନ୍ତି। [ସେଲା]

ORY-IRV

Creative Commons License

Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.

Bridge Connectivity Solutions Pvt. Ltd.
Lean sinn:



Sanasan