Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT


ସାହାଯ୍ୟାର୍ଥେ ସନ୍ଧ୍ୟାକାଳୀନ ପ୍ରାର୍ଥନା
ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।

1 ହେ ମୋହର ଧର୍ମସ୍ୱରୂପ ପରମେଶ୍ୱର, ମୁଁ ଡାକିଲେ ମୋତେ ଉତ୍ତର ଦିଅ; ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ; ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ।

2 ହେ ମନୁଷ୍ୟ-ସନ୍ତାନଗଣ, କେତେ କାଳ ମୋହର ଗୌରବ ଅପମାନରେ ପରିଣତ ହେବ? କେତେ କାଳ ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ୱେଷଣ କରିବ? [ସେଲା]

3 ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍‍ଭକ୍ତ ଲୋକକୁ ପୃଥକ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ; ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ।

4 ଭୀତ ହୁଅ ଓ ପାପ କର ନାହିଁ; ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ। [ସେଲା]

5 ଧର୍ମବଳି ଉତ୍ସର୍ଗ କର ଓ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।

6 ଅନେକେ କହନ୍ତି, “କିଏ ଆମ୍ଭମାନଙ୍କୁ ମଙ୍ଗଳ ଦେଖାଇବ?” ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ ପ୍ରକାଶ କର।

7 ତୁମ୍ଭେ ମୋʼ ଅନ୍ତଃକରଣରେ ଆନନ୍ଦ ଦେଇଅଛ, ତାହା ସେମାନଙ୍କ ଶସ୍ୟ ଓ ଦ୍ରାକ୍ଷାରସ ବୃଦ୍ଧିକାଳର ଆନନ୍ଦ ଅପେକ୍ଷା ଅଧିକ।

8 ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ ହେ ସଦାପ୍ରଭୋ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ।

ORY-IRV

Creative Commons License

Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.

Bridge Connectivity Solutions Pvt. Ltd.
Lean sinn:



Sanasan