ଗୀତସଂହିତା 67 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NTଧନ୍ୟବାଦର ଗୀତ ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ। 1 ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରନ୍ତୁ ଓ ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଓ ଆମ୍ଭମାନଙ୍କ ପ୍ରତି ଆପଣା ମୁଖ ପ୍ରସନ୍ନ କରନ୍ତୁ। [ସେଲା] 2 ତହିଁରେ ପୃଥିବୀରେ ତୁମ୍ଭର ପଥ ଓ ସମୁଦାୟ ଗୋଷ୍ଠୀ ମଧ୍ୟରେ ତୁମ୍ଭର ପରିତ୍ରାଣ ଜଣାଯିବ। 3 ହେ ପରମେଶ୍ୱର, ଗୋଷ୍ଠୀୟଗଣ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ। 4 ଦେଶୀୟମାନେ ଆହ୍ଲାଦିତ ହେଉନ୍ତୁ ଓ ଆନନ୍ଦ ସକାଶୁ ଗାନ କରନ୍ତୁ; କାରଣ ତୁମ୍ଭେ ନ୍ୟାୟରେ ଗୋଷ୍ଠୀୟବର୍ଗର ବିଚାର କରିବ ଓ ପୃଥିବୀରେ ଦେଶୀୟମାନଙ୍କୁ ଶାସନ କରିବ। [ସେଲା] 5 ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ। 6 ପୃଥିବୀ ନିଜ ଫଳ ଉତ୍ପନ୍ନ କରିଅଛି; ପରମେଶ୍ୱର, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ। 7 ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ପୁଣି, ପୃଥିବୀର ସମସ୍ତ ପ୍ରାନ୍ତ ତାହାଙ୍କୁ ଭୟ କରିବେ। |
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Bridge Connectivity Solutions Pvt. Ltd.