ଗୀତସଂହିତା 70 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NTସାହାଯ୍ୟ ପାଇଁ ପ୍ରାର୍ଥନା ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ; ସ୍ମରଣୋପାୟ। 1 ହେ ପରମେଶ୍ୱର, ମୋତେ ଉଦ୍ଧାର କରିବା ପାଇଁ ସତ୍ୱର ହୁଅ; ହେ ସଦାପ୍ରଭୋ, ମୋହର ସାହାଯ୍ୟ କରିବା ପାଇଁ ସତ୍ୱର ହୁଅ। 2 ମୋହର ପ୍ରାଣ ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରିଯାଇ ଅପମାନିତ ହେଉନ୍ତୁ। 3 ଯେଉଁମାନେ “ହଁ, ହଁ” ବୋଲି କହନ୍ତି, ସେମାନେ ଆପଣା ଆପଣା ଲଜ୍ଜା ସକାଶୁ ଫେରି ଯାଉନ୍ତୁ। 4 ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ପୁଣି, ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ “ପରମେଶ୍ୱର ମହିମାନ୍ୱିତ ହେଉନ୍ତୁ” ବୋଲି ନିରନ୍ତର କହୁନ୍ତୁ, 5 ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; ହେ ପରମେଶ୍ୱର, ମୋʼ ପକ୍ଷରେ ସତ୍ୱର ହୁଅ; ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; ହେ ସଦାପ୍ରଭୋ, ବିଳମ୍ବ କର ନାହିଁ। |
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Bridge Connectivity Solutions Pvt. Ltd.