ଗୀତସଂହିତା 82 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NTପରମେଶ୍ୱର ସର୍ବୋପରିସ୍ଥ ରାଜା ଆସଫର ଗୀତ। 1 ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ଠିଆ ହୁଅନ୍ତି; ସେ ଦେବତାମାନଙ୍କ ବିଚାର କରନ୍ତି। 2 “ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ? ଓ ଦୁଷ୍ଟମାନଙ୍କର ମୁଖାପେକ୍ଷା କରିବ? [ସେଲା] 3 ତୁମ୍ଭେମାନେ ଦରିଦ୍ର ଓ ପିତୃହୀନମାନଙ୍କର ବିଚାର କର; ଦୁଃଖୀ ଓ ଅକିଞ୍ଚନମାନଙ୍କ ପ୍ରତି ନ୍ୟାୟ ବ୍ୟବହାର କର। 4 ଦରିଦ୍ର ଓ ଦୀନହୀନମାନଙ୍କୁ ରକ୍ଷା କର; ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ଉଦ୍ଧାର କର।” 5 ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ; ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି; ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ। 6 ମୁଁ କହିଲି, “ତୁମ୍ଭେମାନେ ଈଶ୍ୱରଗଣ ଓ ତୁମ୍ଭେ ସମସ୍ତେ ସର୍ବୋପରିସ୍ଥଙ୍କ ସନ୍ତାନ। 7 ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ ଓ ଜଣେ ଅଧିପତି ତୁଲ୍ୟ ପତିତ ହେବ।” 8 ହେ ପରମେଶ୍ୱର, ଉଠ, ପୃଥିବୀର ବିଚାର କର; କାରଣ ତୁମ୍ଭେ ସବୁ ଗୋଷ୍ଠୀମାନଙ୍କୁ ଅଧିକାର କରିବ। |
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Bridge Connectivity Solutions Pvt. Ltd.