ଗୀତସଂହିତା 87 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NTଯିରୂଶାଲମର ପ୍ରଶଂସା ଗୀତ; କୋରହ-ସନ୍ତାନଗଣର ଗୀତ। 1 ତାହାଙ୍କ ଭିତ୍ତିମୂଳ ପବିତ୍ର ପର୍ବତ ଉପରେ ସ୍ଥାପିତ। 2 ସଦାପ୍ରଭୁ ଯାକୁବର ସମସ୍ତ ବାସସ୍ଥାନ ଅପେକ୍ଷା ସିୟୋନର ଦ୍ୱାରସମୂହକୁ ଅଧିକ ସ୍ନେହ କରନ୍ତି। 3 ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି। [ସେଲା] 4 ମୋʼ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; ପଲେଷ୍ଟୀୟା, ସୋର ଓ କୂଶକୁ ଦେଖ; “ଏହି ଜଣ ସେଠାରେ ଜାତ ହେଲା।” 5 ଆହୁରି, ସିୟୋନ ବିଷୟରେ କୁହାଯିବ, “ଏଜଣ ଓ ସେଜଣ ତହିଁ ମଧ୍ୟରେ ଜାତ ହେଲେ;” ପୁଣି, ସର୍ବୋପରିସ୍ଥ ସ୍ୱୟଂ ତାହା ସୁସ୍ଥିର କରିବେ। 6 ସଦାପ୍ରଭୁ ଗୋଷ୍ଠୀବର୍ଗର ନାମ ଲେଖିବା ସମୟରେ, “ଏଜଣ ସେଠାରେ ଜାତ ହେଲା” ବୋଲି ଗଣନା କରିବେ। [ସେଲା] 7 ଗାୟକ ଓ ନର୍ତ୍ତକମାନେ କହିବେ, “ମୋହର ସବୁ ଝର ତୁମ୍ଭଠାରେ ଅଛି।” |
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Bridge Connectivity Solutions Pvt. Ltd.