Biblia Todo Logo
Bìoball air-loidhne

- Sanasan -

1 ବଂଶାବଳୀ 22 - ପବିତ୍ର ବାଇବଲ (Re-edited) - (BSI)

1 ସେତେବେଳେ ଦାଉଦ କହିଲେ, ଏହି ଗୃହ ସଦାପ୍ରଭୁ ପରମେଶ୍ଵରଙ୍କର ଓ ଏହି ହୋମବଳିର ବେଦି ଇସ୍ରାଏଲର।


ମନ୍ଦିର ନିର୍ମାଣ ନିମନ୍ତେ ପ୍ରସ୍ତୁତି

2 ଅନନ୍ତର ଦାଉଦ ଇସ୍ରାଏଲ-ଦେଶସ୍ଥ ବିଦେଶୀମାନଙ୍କୁ ଏକତ୍ର କରିବାକୁ ଆଜ୍ଞା ଦେଲେ; ପୁଣି ପରମେଶ୍ଵରଙ୍କ ଗୃହ ନିର୍ମାଣ କରିବା ପାଇଁ ଖୋଦିତ ପ୍ରସ୍ତର ପ୍ରସ୍ତୁତ କରିବାକୁ ରାଜମିସ୍ତ୍ରୀମାନଙ୍କୁ ନିଯୁକ୍ତ କଲେ।

3 ଆଉ ଦାଉଦ ଦ୍ଵାର-କବାଟର କଣ୍ଟା ନିମନ୍ତେ ଓ କବ୍ଜା ନିମନ୍ତେ ବିସ୍ତର ଲୁହା ଓ ଅପରିମିତ ବିସ୍ତର ପିତ୍ତଳ ପ୍ରସ୍ତୁତ କଲେ।

4 ଆଉ, ଅସଂଖ୍ୟ ଏରସକାଷ୍ଠ ପ୍ରସ୍ତୁତ କଲେ, କାରଣ ସୀଦୋନୀୟ ଓ ସୋରୀୟ ଲୋକମାନେ ଦାଉଦଙ୍କ ନିକଟକୁ ବିସ୍ତର ଏରସକାଷ୍ଠ ଆଣିଲେ।

5 ଆଉ ଦାଉଦ କହିଲେ, ମୋʼ ପୁତ୍ର ଶଲୋମନ ଅଳ୍ପ-ବୟସ୍କ ଓ କୋମଳ, ପୁଣି ସଦାପ୍ରଭୁଙ୍କ ନିମନ୍ତେ ଯେଉଁ ଗୃହ ନିର୍ମାଣ କରାଯିବ, ତାହା କୀର୍ତ୍ତି ଓ ଗୌରବ ହେତୁରୁ ସମଗ୍ର ଦେଶରେ ଅତିଶୟ ପ୍ରତାପାନ୍ଵିତ ହେବ; ଏହେତୁ ମୁଁ ତହିଁ ପାଇଁ ଆୟୋଜନ କରିବି। ଏହିପରି ଦାଉଦ ଆପଣା ମୃତ୍ୟୁପୂର୍ବେ ବିସ୍ତର ରୂପେ ଆୟୋଜନ କଲେ।


ମନ୍ଦିର ନିର୍ମାଣ ନିମନ୍ତେ ଶଲୋମନଙ୍କୁ ଆଜ୍ଞା

6 ଅନନ୍ତର ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ ଡକାଇ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ନିମନ୍ତେ ଗୃହ ନିର୍ମାଣ କରିବାକୁ ଆଜ୍ଞା ଦେଲେ।

7 ଆଉ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ କହିଲେ, ସଦାପ୍ରଭୁ ଆମ୍ଭ ପରମେଶ୍ଵରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବା ମୋହର ମନସ୍ଥ ଥିଲା।

8 ମାତ୍ର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ତୁମ୍ଭେ ବିସ୍ତର ରକ୍ତପାତ ଓ ବଡ଼ ବଡ଼ ଯୁଦ୍ଧ କରିଅଛ; ତୁମ୍ଭେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ ନାହିଁ, କାରଣ ତୁମ୍ଭେ ଆମ୍ଭ ସାକ୍ଷାତରେ ଭୂମିରେ ବିସ୍ତର ରକ୍ତପାତ କରିଅଛ।

9 ଦେଖ, ତୁମ୍ଭର ଏକ ପୁତ୍ର ଜାତ ହେବ, ସେ ବିଶ୍ରାମପ୍ରାପ୍ତ ମନୁଷ୍ୟ ହେବ; ପୁଣି ଆମ୍ଭେ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଶତ୍ରୁଠାରୁ ତାହାକୁ ବିଶ୍ରାମ ଦେବା; କାରଣ ତାହାର ନାମ ଶଲୋମନ ହେବ ଓ ଆମ୍ଭେ ତାହାର ସମୟରେ ଇସ୍ରାଏଲକୁ ଶାନ୍ତି ଓ ନିର୍ବିଘ୍ନତା ଦେବା;

10 ସେ ଆମ୍ଭ ନାମ ପାଇଁ ଗୃହ ନିର୍ମାଣ କରିବ; ସେ ଆମ୍ଭର ପୁତ୍ର ହେବ ଓ ଆମ୍ଭେ ତାହାର ପିତା ହେବା; ପୁଣି ଆମ୍ଭେ ଇସ୍ରାଏଲ ଉପରେ ତାହାର ରାଜସିଂହାସନ ଅନ; କାଳ ସ୍ଥାପନ କରିବା।

11 ଏବେ ହେ ମୋହର ପୁତ୍ର, ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ତୁମ୍ଭେ କୃତକାର୍ଯ୍ୟ ହୁଅ ଓ ତୁମ୍ଭ ବିଷୟରେ ଉକ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ବାକ୍ୟାନୁସାରେ ତାହାଙ୍କର ଗୃହ ନିର୍ମାଣ କର।

12 କେବଳ ସଦାପ୍ରଭୁ ତୁମ୍ଭକୁ ବୁଦ୍ଧି ଓ ବିବେଚନା ଦେଉନ୍ତୁ ଓ ଇସ୍ରାଏଲ ଉପରେ ତୁମ୍ଭକୁ ନିଯୁକ୍ତ କରନ୍ତୁ; ତାହାହେଲେ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ବ୍ୟବସ୍ଥା ପାଳନ କରି ପାରିବ।

13 ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ମୋଶାଙ୍କୁ ଯେ ଯେ ବିଧି ଓ ଶାସନ ଦେଇଅଛନ୍ତି, ସେସବୁ ଯେବେ ତୁମ୍ଭେ ପାଳିବାକୁ ମନୋଯୋଗ କରିବ, ତେବେ ତୁମ୍ଭେ କୃତକାର୍ଯ୍ୟ ହେବ; ବଳବାନ ଓ ସାହସିକ ହୁଅ; ଭୀତ କି ନିରାଶ ନ ହୁଅ।

14 ଆଉ ଦେଖ, ମୁଁ ଆପଣା କଷ୍ଟରେ ସଦାପ୍ରଭୁଙ୍କ ଗୃହ ନିମନ୍ତେ ଏକ ଲକ୍ଷ ତାଳ; ସୁନା ଓ ଦଶ ଲକ୍ଷ ତାଳ; ରୂପା; ଆଉ ଅପରିମିତ ବିସ୍ତର ପିତ୍ତଳ ଓ ଲୁହା ଆୟୋଜନ କରିଅଛି; ମଧ୍ୟ କଡ଼ି ଓ ପ୍ରସ୍ତର ପ୍ରସ୍ତୁତ କରିଅଛି, ତୁମ୍ଭେ ସେଥିରେ ଆହୁରି ଯୋଗ କରିବ।

15 ଆହୁରି, ତୁମ୍ଭ ନିକଟରେ ଅନେକ ଶିଳ୍ପକାର ଓ ପଥର-କଟାଳି, ପୁଣି ପଥର ଓ କାଷ୍ଠର କର୍ମକାର ଓ ସର୍ବପ୍ରକାର କର୍ମରେ ବହୁତ ନିପୁଣ ଲୋକ ଅଛନ୍ତି;

16 ସୁନା, ରୂପା ଓ ପିତ୍ତଳ ଓ ଲୁହାର କିଛି ସଂଖ୍ୟା ନାହିଁ; ଉଠ, କର୍ମ କର ଓ ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହେଉନ୍ତୁ।

17 ମଧ୍ୟ ଦାଉଦ ଇସ୍ରାଏଲର ସମସ୍ତ ଅଧିପତିଙ୍କି ଆପଣା ପୁତ୍ର ଶଲୋମନଙ୍କର ସାହାଯ୍ୟ କରିବାକୁ ଆଜ୍ଞା ଦେଇ କହିଲେ,

18 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର କʼଣ ତୁମ୍ଭମାନଙ୍କର ସହବର୍ତ୍ତୀ ନୁହନ୍ତି? ଓ ସେ କʼଣ ସବୁଆଡ଼େ ତୁମ୍ଭମାନଙ୍କୁ ବିଶ୍ରାମ ଦେଇ ନାହାନ୍ତି? ସେ ଦେଶ ନିବାସୀମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିଅଛନ୍ତି; ଆଉ ସଦାପ୍ରଭୁଙ୍କ ଓ ତାହାଙ୍କ ଲୋକମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ରହିଅଛି।

19 ଏଣୁ ଏବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ଅନ୍ଵେଷଣ କରିବା ପାଇଁ ଆପଣା ଆପଣା ଅନ୍ତଃକରଣ ଓ ପ୍ରାଣ ନିବେଶ କର; ଆଉ ଉଠ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯେଉଁ ଗୃହ ନିର୍ମିତ ହେବ, ସେଠାକୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଓ ପରମେଶ୍ଵରଙ୍କ ପବିତ୍ର ପାତ୍ରସକଳ ଆଣିବା ପାଇଁ ସଦାପ୍ରଭୁ ପରମେଶ୍ଵରଙ୍କର ଆବାସ ନିର୍ମାଣ କର।

ODIA-OV (Re-edited) - ପବିତ୍ର ବାଇବଲ (Re-edited)

Copyright © 2014 by The Bible Society of India

Used by permission. All rights reserved worldwide.

Bible Society of India
Lean sinn:



Sanasan