୧ ଯୋହନ 5 - ପବିତ୍ର ବାଇବଲ (Re-edited) - (BSI)ଜଗତ ଉପରେ ବିଜୟଲାଭ 1 ଯେକେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ଵାସ କରେ, ସେ ଈଶ୍ଵରଙ୍କଠାରୁ ଜାତ; ଆଉ, ଯେକେହି ଜନ୍ମ- ଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ଲୋକକୁ ମଧ୍ୟ ପ୍ରେମ କରେ,। 2 ଆମ୍ଭେମାନେ ଯେତେବେଳେ ଈଶ୍ଵରଙ୍କୁ ପ୍ରେମ କରୁ ଓ ତାହାଙ୍କ ଆଜ୍ଞା ପାଳନ କରୁ, ସେତେବେଳେ ତଦ୍ଦ୍ଵାରା ଜାଣି ପାରୁ ଯେ, ଆମ୍ଭେମାନେ ଈଶ୍ଵରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁଅଛୁ। 3 କାରଣ ଈଶ୍ଵରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା, ଆଉ ତାହାଙ୍କ ଆଜ୍ଞାସବୁ ଭାରସ୍ଵରୂପ ନୁହେଁ। 4 ଯେକେହି ଈଶ୍ଵରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ଵାସ। 5 ଯୀଶୁ ଈଶ୍ଵରଙ୍କ ପୁତ୍ର, ଏହା ଯେ ବିଶ୍ଵାସ କରେ, ତାହାଛଡ଼ା ଆଉ କିଏ ଜଗତକୁ ଜୟ କରେ? ଈଶ୍ଵରଙ୍କ ପୁତ୍ରଙ୍କ ସମ୍ଵନ୍ଧୀୟ ସାକ୍ଷ୍ୟ 6 ସେହି ଯୀଶୁ ଖ୍ରୀଷ୍ଟ ଜଳ ଓ ରକ୍ତ ଦେଇ ଆସିଥିଲେ, କେବଳ ଜଳ ଦେଇ ନୁହେଁ, କିନ୍ତୁ ଜଳ ଓ ରକ୍ତ ଉଭୟ ଦେଇ ଆସିଥିଲେ; 7 ଆଉ ଆତ୍ମା ମଧ୍ୟ ଏଥିର ସାକ୍ଷ୍ୟ ଦିଅନ୍ତି, କାରଣ ଆତ୍ମା ହିଁ ସତ୍ୟ। 8 ଆତ୍ମା, ଜଳ ଓ ରକ୍ତ, ଏହି ତିନି ସାକ୍ଷ୍ୟ ଦିଅନ୍ତି, ପୁଣି ତିନିର ସାକ୍ଷ୍ୟ ଏକ। 9 ଆମ୍ଭେମାନେ ଯଦି ମନୁଷ୍ୟର ସାକ୍ଷ୍ୟ ଗ୍ରହଣ କରୁ, ତେବେ ଈଶ୍ଵରଙ୍କ ସାକ୍ଷ୍ୟ ତାହାଠାରୁଶ୍ରେଷ୍ଠ, ଆଉ ଈଶ୍ଵରଙ୍କ ସାକ୍ଷ୍ୟ ଏହା ଯେ, ସେ ଆପଣାର ପୁତ୍ରଙ୍କ ସମ୍ଵନ୍ଧେ ସାକ୍ଷ୍ୟ ଦେଇଅଛନ୍ତି। 10 ଯେ ଈଶ୍ଵରଙ୍କ ପୁତ୍ରଙ୍କଠାରେ ବିଶ୍ଵାସ କରେ, ସେ ଆପଣାର ଅନ୍ତରରେ ଏହି ସାକ୍ଷ୍ୟ ପାଇଅଛି; ଯେ ଈଶ୍ଵରଙ୍କ ସାକ୍ଷ୍ୟ ବିଶ୍ଵାସ କରେ ନାହିଁ, ସେ ତାହାଙ୍କୁ ମିଥ୍ୟାବାଦୀ କରିଅଛି, କାରଣ ଈଶ୍ଵର ଆପଣା ପୁତ୍ରଙ୍କ ବିଷୟରେ ଯେଉଁ ସାକ୍ଷ୍ୟ ଦେଇଅଛନ୍ତି, ସେଥିରେ ସେ ବିଶ୍ଵାସ କରି ନାହିଁ। 11 ସେହି ସାକ୍ଷ୍ୟ ଏହି ଯେ, ଈଶ୍ଵର ଆମ୍ଭମାନଙ୍କୁ ଅନ; ଜୀବନ ଦେଇଅଛନ୍ତି, ପୁଣି ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି। 12 ଯେ ପୁତ୍ରଙ୍କୁ ପାଇଅଛି, ସେ ଜୀବନ ପାଇଅଛି; ଯେ ଈଶ୍ଵରଙ୍କ ପୁତ୍ରଙ୍କୁ ପାଇ ନାହିଁ, ସେ ଜୀବନ ହିଁ ପାଇ ନାହିଁ। ତୁମ୍ଭେମାନେ ଯେପରି ଜାଣ 13 ଈଶ୍ଵରଙ୍କ ପୁତ୍ରଙ୍କ ନାମରେ ବିଶ୍ଵାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଯେପରି ଜାଣ ଯେ, ତୁମ୍ଭେମାନେ ଅନ; ଜୀବନ ପାଇଅଛ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି। 14 ପୁଣି ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି। 15 ଆଉ ଆମ୍ଭେମାନେ ତାହାଙ୍କ ନିକଟରେ ଯାହା କିଛି ପ୍ରାର୍ଥନା କରୁ, ତାହା ସେ ଶୁଣନ୍ତି ବୋଲି ଯଦି ଆମ୍ଭେମାନେ ଜାଣୁ, ତେବେ ତାହାଙ୍କ ଛାମୁରେ ଯାହା ପ୍ରାର୍ଥନା କରିଅଛୁ, ସେହିସବୁ ଯେ ପାଇଅଛୁ, ଏହା ମଧ୍ୟ ଜାଣୁ। 16 କେହି ଯେବେ ଭାଇକୁ ପାପ କରୁଥିବା ଦେଖେ, ଆଉ ସେହି ପାପ ମୃତ୍ୟୁଜନକ ହୋଇ ନ ଥାଏ, ତେବେ ସେ ପ୍ରାର୍ଥନା କରୁ, ଆଉ ଈଶ୍ଵର ଯେଉଁପରି ମୃତ୍ୟୁଜନକ ପାପ ନ କରିଥିବା ଲୋକମାନଙ୍କୁ ଜୀବନ ଦାନ କରନ୍ତି, ସେହିପରି ତାହାକୁ ମଧ୍ୟ ଜୀବନ ଦାନ କରିବେ। ମୃତ୍ୟୁଜନକ ପାପ ଅଛିଜ; ସେଥିପାଇଁ ସେ ପ୍ରାର୍ଥନା କରୁ ବୋଲି ମୁଁ କହୁ ନାହିଁ। 17 ସମସ୍ତ ଅଧର୍ମ ହିଁ ପାପ, କିନ୍ତୁ ଯାହା ମୃତ୍ୟୁଜନକ ନୁହେଁ, ଏପରି ପାପ ଅଛି। 18 ଯେକେହି ଈଶ୍ଵରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଞ୍ଚ ସେ ଈଶ୍ଵରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ। 19 ଆମ୍ଭେମାନେ ଯେ ଈଶ୍ଵରଙ୍କଠାରୁ ଜାତ ଓ ସମସ୍ତ ଜଗତ ଯେ ପାପାତ୍ମାର ଅଧୀନ, ଏହା ଆମ୍ଭେମାନେ ଜାଣୁ। 20 ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ଵରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ଵର ଓ ଅନ; ଜୀବନ ଅଟନ୍ତି। 21 ହେ ବତ୍ସଗଣ, ପ୍ରତିମାମାନଙ୍କଠାରୁ ଆପଣା ଆପଣାକୁ ରକ୍ଷା କର। |
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.
Bible Society of India