୧ ତୀମଥି 4 - ପବିତ୍ର ବାଇବଲ (Re-edited) - (BSI)ଭଣ୍ତ ଶିକ୍ଷକ 1 ଆତ୍ମା ସ୍ପଷ୍ଟ ରୂପେ କହୁଅଛନ୍ତି, ଉତ୍ତର କାଳରେ କେହି କେହି ଭ୍ରଷ୍ଟବିବେକ, ମିଥ୍ୟାବାଦୀ ଲୋକମାନଙ୍କ। କପଟପଣରେ 2 ଭ୍ରାନ୍ତିଜନକ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ଵାସ ପରିତ୍ୟାଗ କରିବେ; 3 ସେହି ମିଥ୍ୟାବାଦୀମାନେ ବିବାହ ନିଷେଧ କରନ୍ତି, ପୁଣି ବିବିଧ ଖାଦ୍ୟ ପଦାର୍ଥରୁ ପୃଥକ୍ ରହିବା ନିମନ୍ତେ ଶିକ୍ଷା ଦିଅନ୍ତି। ବିଶ୍ଵାସୀ ଓ ସତ୍ୟ ଜାଣିଥିବା ଲୋକମାନଙ୍କ ଦ୍ଵାରା ଧନ୍ୟବାଦ ସହ ଭୋଜନ କରାଯିବା ନିମନ୍ତେ ଈଶ୍ଵର ଏସବୁ ତ ସୃଷ୍ଟି କରିଅଛନ୍ତି। 4 କାରଣ ଈଶ୍ଵରଙ୍କ ସମସ୍ତ ସୃଷ୍ଟ ବସ୍ତୁ ଉତ୍ତମ, ପୁଣି ଧନ୍ୟବାଦ ସହ ଗ୍ରହଣ କଲେ କୌଣସି ବିଷୟ ଅଗ୍ରାହ୍ୟ ନୁହେଁ, 5 ଯେଣୁ ଈଶ୍ଵରଙ୍କ ବାକ୍ୟ ଓ ପ୍ରାର୍ଥନା ଦ୍ଵାରା ତାହା ପବିତ୍ର କରାଯାଏ। ଖ୍ରୀଷ୍ଟ ଯୀଶୁଙ୍କର ଉତ୍ତମ ସେବକ 6 ଏହି ସମସ୍ତ ବିଷୟ ତୁମ୍ଭେ ଭାଇମାନଙ୍କୁ ଶିକ୍ଷା ଦେଲେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ସେବକ ହେବ, ପୁଣି ତୁମ୍ଭେ ଯେଉଁ ବିଶ୍ଵାସ ଓ ଉତ୍ତମ ଶିକ୍ଷାର ଅନୁଗାମୀ ହୋଇ ଆସିଅଛ, ତତ୍ସମ୍ଵନ୍ଧୀୟ ବାକ୍ୟ ଦ୍ଵାରା ପରିପୁଷ୍ଟ ହେବ; 7 କିନ୍ତୁ ବୃଦ୍ଧା ସ୍ତ୍ରୀମାନଙ୍କର ଅସାର କାହାଣୀସବୁ ଅଗ୍ରାହ୍ୟ କର। ଈଶ୍ଵରପରାୟଣ ଜୀବନ ଯାପନ କରିବା ନିମନ୍ତେ ଅଭ୍ୟାସ କର, 8 କାରଣ ଶାରୀରିକ ବ୍ୟାୟାମ ଅଳ୍ପ ବିଷୟରେ ଲାଭଜନକ, କିନ୍ତୁ ଈଶ୍ଵରପରାୟଣତା ଇହକାଳ ଓ ପରକାଳରେ ପ୍ରତିଜ୍ଞାଯୁକ୍ତ ହୋଇ ସମସ୍ତ ବିଷୟରେ ଲାଭଜନକ ଅଟେ। 9 ଏହି ବାକ୍ୟ ବିଶ୍ଵାସ୍ୟ ଓ ସର୍ବତୋଭାବେ ଗ୍ରହଣ-ଯୋଗ୍ୟ; 10 ଏହି ଉଦ୍ଦେଶ୍ୟରେ ତ ଆମ୍ଭେମାନେ ପରିଶ୍ରମ ଓ ପ୍ରାଣପଣ କରୁଅଛୁ, କାରଣ ଯେଉଁ ଜୀବିତ ଈଶ୍ଵର ସମସ୍ତ ମନୁଷ୍ୟଙ୍କର, ବିଶେଷତଃ, ବିଶ୍ଵାସୀମାନଙ୍କର ତ୍ରାଣକର୍ତ୍ତା, ତାହାଙ୍କଠାରେ ଆମ୍ଭମାନଙ୍କର ଭରସା ଅଛି। 11 ତୁମ୍ଭେ ଏହି ସମସ୍ତ ବିଷୟ ଆଜ୍ଞା ଦେଇ ଶିକ୍ଷା ଦିଅ। 12 ତୁମ୍ଭର ଯୌବନାବସ୍ଥା ସକାଶେ କେହି ତୁମ୍ଭକୁ ତୁଚ୍ଛ ନ କରୁ, କିନ୍ତୁ ବାକ୍ୟରେ, ଆଚରଣରେ, ପ୍ରେମରେ, ବିଶ୍ଵାସରେ ଓ ପବିତ୍ରତାରେ ବିଶ୍ଵାସୀମାନଙ୍କର ଆଦର୍ଶ ସ୍ଵରୂପ ହୁଅ। 13 ମୁଁ ନ ଯିବା ପର୍ଯ୍ୟନ୍ତ ଶାସ୍ତ୍ରପାଠ, ଉପଦେଶ ଓ ଶିକ୍ଷାଦାନରେ ମନୋଯୋଗ କର। 14 ଭାବବାଣୀ ଓ ପ୍ରାଚୀନମାନଙ୍କର ହସ୍ତାର୍ପଣ ଦ୍ଵାରା ତୁମ୍ଭକୁ ଯେଉଁ ଅନୁଗ୍ରହ ଦାନ ଦତ୍ତ ହୋଇଅଛି, ତାହା ଅବହେଳା ନ କର। 15 ତୁମ୍ଭର ଉନ୍ନତି ଯେପରି ସମସ୍ତଙ୍କ ନିକଟରେ ପ୍ରକାଶିତ ହୁଏ, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ମନୋଯୋଗୀ ହୁଅ, ସେହି ସବୁରେ ପ୍ରବୃତ୍ତ ଥାଅ। 16 ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ, ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ। |
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.
Bible Society of India