୨ କରିନ୍ଥୀୟ 5 - ପବିତ୍ର ବାଇବଲ (Re-edited) - (BSI)ଆମର ସ୍ଵର୍ଗୀୟ ଗୃହ 1 କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ଵୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ଵରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ଵର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ। 2 ଯେଣୁ ଆମ୍ଭେମାନେ ତ ଆମ୍ଭମାନଙ୍କ ସ୍ଵର୍ଗୀୟ ଗୃହରୂପ ବସ୍ତ୍ରରେ ପରିହିତ ହେବାକୁ ଏକା; ଇଚ୍ଛା କରି ଏହି ଗୃହରେ ଥାଉ ଥାଉ ଆର୍ତ୍ତନାଦ କରୁଅଛୁ; 3 ଏହିପରି ପରିହିତ ହେଲେ ଆମ୍ଭେମାନେ ଉଲଙ୍ଗ ଦେଖାଯିବା ନାହିଁ। 4 କାରଣ ଆମ୍ଭେମାନେ ଏହି ତମ୍ଵୁରେ ବାସ କରି ଭାରଗ୍ରସ୍ତ ହୋଇ ଆର୍ତ୍ତନାଦ କରୁଅଛୁ; ଯେଣୁ ଆମ୍ଭେମାନେ ଯେ ପରିଚ୍ଛଦ ତ୍ୟାଗ କରିବାକୁ ଇଚ୍ଛା କରୁ, ତାହା ନୁହେଁ, ମାତ୍ର ଜୀବନ ଯେପରି ମର୍ତ୍ତ୍ୟକୁ ଗ୍ରାସ କରେ, ଏଥିନିମନ୍ତେ ଏହି ପରିଚ୍ଛଦ ଉପରେ ଅନ୍ୟ ବସ୍ତ୍ର ପରିଧାନ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ। 5 ଆଉ ଯେ ଏଥିନିମନ୍ତେ ଆମ୍ଭମାନଙ୍କୁ ପ୍ରସ୍ତୁତ କରିଅଛନ୍ତି, ସେ ଈଶ୍ଵର, ସେ ଆମ୍ଭମାନଙ୍କୁ ବଇନା ସ୍ଵରୂପେ ଆତ୍ମା ମଧ୍ୟ ଦାନ କରିଅଛନ୍ତି। 6 ଅତଏବ ଆମ୍ଭେମାନେ ସର୍ବଦା ସାହସୀ ଅଟୁ, ଆଉ ଏହି ଶରୀରରେ ଯେପର୍ପ୍ୟ; ନିବାସ କରୁଅଛୁ, ସେପର୍ଯ୍ୟନ୍ତ ଯେ ପ୍ରଭୁଙ୍କଠାରୁ ଦୂରରେ ପ୍ରବାସ କରୁଅଛୁ, ଏହା ଜାଣୁ। 7 (କାରଣ ଆମ୍ଭେମାନେ ଦୃଶ୍ୟ ବିଷୟ ଦେଇ ଜୀବନ ଯାପନ ନ କରି ବିଶ୍ଵାସରେ ଜୀବନ ଯାପନ କରୁଅଛୁ), 8 ହଁ, ଆମ୍ଭେମାନେ ସାହସୀ ଅଟୁ, ଆଉ ଶରୀରଠାରୁ ଦୂରରେ ବାସ କରି ବରଂ ପ୍ରଭୁଙ୍କ ନିକଟରେ ନିବାସ କରିବାରେ ଆମ୍ଭମାନଙ୍କର ଅଧିକ ସନ୍ତୋଷ। 9 ଏଣୁ ମଧ୍ୟ ନିବାସୀ ହେଉ ବା ପ୍ରବାସୀ ହେଉ, ତାହାଙ୍କ ନିକଟରେ ସନ୍ତୋଷପାତ୍ର ହେବା ଆମ୍ଭମାନଙ୍କର ଏକା; ବାସନା। 10 କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ଵାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ପ୍ରକାଶିତ ହେବାକୁ ହେବ। ଖ୍ରୀଷ୍ଟଙ୍କ ସହ ସମ୍ମିଳନର ସେବକତ୍ଵ 11 ଅତଏବ, ପ୍ରଭୁ ବିଷୟକ ଭୟ ଜ୍ଞାତ ହେବାରୁ ଆମ୍ଭେମାନେ ମନୁଷ୍ୟମାନଙ୍କୁ ମଣାଉଅଛୁ, କିନ୍ତୁ ଆମ୍ଭେମାନେ ଈଶ୍ଵରଙ୍କ ଛାମୁରେ ପ୍ରକାଶିତ ଅଟୁ ଏବଂ ତୁମ୍ଭମାନଙ୍କ ବିବେକ ନିକଟରେ ମଧ୍ୟ ଯେ ପ୍ରକାଶିତ ଅଟୁ, ଏହା ମୁଁ ଆଶା କରେ। 12 ଆମ୍ଭେମାନେ ପୁନର୍ବାର ତୁମ୍ଭମାନଙ୍କ ନିକଟରେ ଆତ୍ମପ୍ରଶଂସା କରୁ ନାହୁଁ, କିନ୍ତୁ ଯେଉଁମାନେ ଆନ୍ତରିକ ବିଷୟରେ ଦର୍ପ ନ କରି ବାହ୍ୟ ବିଷୟରେ ଦର୍ପ କରନ୍ତି, ସେମାନଙ୍କୁ ଯେପରି ଉତ୍ତର ଦେଇ ପାର, ଏଥିନିମନ୍ତେ ଆମ୍ଭମାନଙ୍କ ସପକ୍ଷରେ ଦର୍ପ କରିବା ନିମନ୍ତେ ତୁମ୍ଭମାନଙ୍କୁ ସୁଯୋଗ ଦେଉଅଛୁ। 13 ଯେଣୁ ଯଦି ଆମ୍ଭେମାନେ ନିର୍ବୋଧ, ତାହା ଈଶ୍ଵରଙ୍କ ନିମନ୍ତେ; କିଅବା ଯଦି ସୁବୋଧ, ତାହା ତୁମ୍ଭମାନଙ୍କ ନିମନ୍ତେ। 14 କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ; 15 ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନ ଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନ ଯାପନ କରନ୍ତି। 16 ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକି ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ। 17 ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି; ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି। 18 କିନ୍ତୁ ସମସ୍ତ ବିଷୟ ଈଶ୍ଵରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ଵାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁ ଦେଇଅଛନ୍ତି; 19 ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ଵର ଖ୍ରୀଷ୍ଟଙ୍କଠାରେ ଜଗତକୁ ଆପଣା ସହିତ ସମ୍ମିଳିତ କରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରି ସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣ କରିଅଛନ୍ତି। 20 ଅତଏବ, ଈଶ୍ଵର ଆମ୍ଭମାନଙ୍କ ଦ୍ଵାରା ଆହ୍ଵାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ଵରଙ୍କ ସହିତ ସମ୍ମିଳିତ ହୁଅ। 21 ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ଵରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ଵାରା ଈଶ୍ଵରଙ୍କର ଧାର୍ମିକତା ସ୍ଵରୂପ ହେଉ। |
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.
Bible Society of India