Biblia Todo Logo
Bìoball air-loidhne

- Sanasan -

୨ ତୀମଥି 2 - ପବିତ୍ର ବାଇବଲ (Re-edited) - (BSI)


ଖ୍ରୀଷ୍ଟ ଯୀଶୁଙ୍କ ଉତ୍ତମ ଯୋଦ୍ଧା

1 ଅତଏବ, ହେ ମୋହର ବତ୍ସ, ଖ୍ରୀଷ୍ଟ ଯୀଶୁଙ୍କ ପ୍ରଦତ୍ତ ଅନୁଗ୍ରହରେ ବଳବାନ ହୁଅ,

2 ଆଉ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଯେଉଁସବୁ ବାକ୍ୟ ମୋʼଠାରୁ ଶୁଣିଅଛ, ଯେଉଁମାନେ ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେବାକୁ ସମର୍ଥ, ଏପରି ବିଶ୍ଵସ୍ତ ଲୋକମାନଙ୍କ ନିକଟରେ ସେହିସବୁ ଅର୍ପଣ କର।

3 ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ଯୋଦ୍ଧା ପରି ମୋʼ ସହିତ କ୍ଳେଶ ସହ୍ୟ କର।

4 କୌଣସି ଲୋକ ସୈନ୍ୟକାର୍ଯ୍ୟ କରି ସଂସାରର ଅନ୍ୟ କାର୍ଯ୍ୟରେ ନିଜକୁ ଆବଦ୍ଧ କରେ ନାହିଁ, ଯେପରି ସୈନ୍ୟପଦରେ ନିଯୋଗକର୍ତ୍ତାଙ୍କୁ ସେ ସନ୍ତୁଷ୍ଟ କରି ପାରେ।

5 ଆହୁରି ମଧ୍ୟ ଯଦି ଜଣେ ଲୋକ କ୍ରୀଡ଼ାରେ ପ୍ରତିଦ୍ଵନ୍ଦିତା କରେ, ସେ ନିୟମାନୁସାରେ ତାହା ନ କଲେ ମୁକୁଟ ପ୍ରାପ୍ତ ହୁଏ ନାହିଁ।

6 ଯେଉଁ କୃଷକ ପରିଶ୍ରମ କରେ, ସେ ପ୍ରଥମେ ଫଳର ଅଂଶ ପାଇବା ଉଚିତ।

7 ମୁଁ ଯାହା କହୁଅଛି, ତାହା ବିବେଚନା କର; ପ୍ରଭୁ ସମସ୍ତ ବିଷୟରେ ତୁମ୍ଭକୁ ବୁଦ୍ଧି ଦେବେ।

8 ମୋʼ ଦ୍ଵାରା ପ୍ରଚାରିତ ସୁସମାଚାର ଅନୁସାରେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ଓ ଦାଉଦଙ୍କର ବଂଶଜାତ ଯୀଶୁ ଖ୍ରୀଷ୍ଟଙ୍କୁ ସ୍ମରଣ କର।

9 ସେହି ସୁସମାଚାର ସକାଶେ ମୁଁ ଅପରାଧୀ ପରି ବନ୍ଧନ ପର୍ଯ୍ୟନ୍ତ କ୍ଳେଶ ଭୋଗ କରୁଅଛି; କିନ୍ତୁ ଈଶ୍ଵରଙ୍କ ବାକ୍ୟ ଆବଦ୍ଧ ନୁହେଁ।

10 ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ଅନ; ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପ୍ରାପ୍ତ ହୁଅନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟ ଧୈର୍ଯ୍ୟ ଧରି ସହ୍ୟ କରୁଅଛି।

11 ଏହି ବାକ୍ୟ ବିଶ୍ଵାସ୍ୟ, ଯଦି ଆମ୍ଭେମାନେ ତାହାଙ୍କ ସହିତ ମୃତ୍ୟୁ ଭୋଗ କରିଅଛୁ, ତେବେ ତାହାଙ୍କ ସହିତ ମଧ୍ୟ ସଜୀବ ହେବା;

12 ଯଦି ଆମ୍ଭେମାନେ ଧୈର୍ଯ୍ୟ ଧରି ସହ୍ୟ କରୁ, ତେବେ ତାହାଙ୍କ ସହିତ ମଧ୍ୟ ରାଜତ୍ଵ କରିବା; ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ଵୀକାର କରୁ, ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ଵୀକାର କରିବେ;

13 ଯେବେ ଆମ୍ଭେମାନେ ଅବିଶ୍ଵସ୍ତ ହେଉ, ତେବେ ସୁଦ୍ଧା ସେ ସର୍ବଦା ବିଶ୍ଵସ୍ତ, କାରଣ ସେ ଆପଣାକୁ ଅସ୍ଵୀକାର କରି ପାରନ୍ତି ନାହିଁ।


ଏକ ପରୀକ୍ଷାସିଦ୍ଧ କାର୍ଯ୍ୟକାରୀ

14 ଏହି ସମସ୍ତ କଥା ସ୍ମରଣ କରାଇ ଶ୍ରୋତାମାନଙ୍କର ଅହିତକର ଓ ବିନାଶଜନକ ବାଗ୍ଯୁଦ୍ଧ ନ କରିବାକୁ ସେମାନଙ୍କୁ ପ୍ରଭୁଙ୍କ ସାକ୍ଷାତରେ ଦୃଢ଼ ରୂପେ ଆଜ୍ଞା ଦିଅ।

15 ସତ୍ୟବାକ୍ୟ ଯଥାର୍ଥ ରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀର ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ଵରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯନି କର।

16 କିନ୍ତୁ ଅସାର ବକୁଆପଣରୁ ପୃଥକ ରୁହ; କାରଣ ଯେଉଁମାନେ ସେଥିରେ ଲିପ୍ତ ହେବେ, ସେମାନେ ଅଧର୍ମରେ ଅଧିକ ବୃଦ୍ଧି ପାଇବେ,

17 ଆଉ ସେମାନଙ୍କର କଥା ପଚା ଘା ପରି ଖାଇଯିବ ସେମାନଙ୍କ ମଧ୍ୟରେ ହୁମନାୟ ଓ ଫିଲୀତ ଅନ୍ୟତମ;

18 ସେମାନେ ପୁନରୁତ୍ଥାନ ହୋଇଗଲାଣି ବୋଲି କହି ସତ୍ୟଭ୍ରଷ୍ଟ ହୋଇଅଛନ୍ତି, ପୁଣି କେତେକଙ୍କର ବିଶ୍ଵାସ ଓଲଟାଇ ପକାଉଅଛନ୍ତି।

19 ତଥାପି ଈଶ୍ଵରଙ୍କ ସ୍ଥାପିତ ସୁଦୃଢ଼ ଭିତ୍ତିମୂଳ ଅଟଳ ରହିଅଛି, ଆଉ ତହିଁ ଉପରେ ଏହା ମୁଦ୍ରାଙ୍କିତ ହୋଇଅଛି, “ପ୍ରଭୁ ଆପଣା ଲୋକମାନଙ୍କୁ ଜାଣନ୍ତି, ଆଉ, ଯେକେହି ପ୍ରଭୁଙ୍କର ନାମ ଧରେ, ସେ ଅଧର୍ମରୁ ଦୂରରେ ରହୁ,”।

20 ଗୋଟିଏ ବଡ଼ ଘରେ ଯେ କେବଳ ସୁନା ଓ ରୂପାର ପାତ୍ର ଥାଏ, ତାହା ନୁହେଁ, ମାତ୍ର କାଠ ଓ ମାଟିର ପାତ୍ର ମଧ୍ୟ ଥାଏ; କେତେକ ସମାଦର ଓ କେତେକ ଅନାଦର ନିମନ୍ତେ ଥାଏ।

21 ଅତଏବ, ଯଦି କେହି ସେହି ସମସ୍ତଙ୍କଠାରୁ ଆପଣାକୁ ପରିଷ୍କାର କରେ, ତାହାହେଲେ ସେ ପବିତ୍ରୀକୃତ, କର୍ତ୍ତାଙ୍କ ବ୍ୟବହାର ପାଇଁ ଉପଯୁକ୍ତ, ପୁଣି ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ପ୍ରସ୍ତୁତ, ଏପରି ଏକ ସମାଦରର ପାତ୍ର ହେବ।

22 କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ଵାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ।

23 ନିର୍ବୋଧ ଓ ବିତଣ୍ତା ବାଦାନୁବାଦ ଯେ ବିରୋଧ ଜନ୍ମାଏ, ଏହା ଜାଣି ସେହିସବୁ ଅଗ୍ରାହ୍ୟ କର।

24 ପ୍ରଭୁଙ୍କ ଦାସ ବିରୋଧ କରିବା ଉଚିତ ନୁହେଁ, ମାତ୍ର ସମସ୍ତଙ୍କ ପ୍ରତି କୋମଳ, ଶିକ୍ଷାଦାନରେ ନିପୁ ପ୍ର.ତୀମ. ୩:୩; ତୀତ. ୧:୭

25 ଓ ସହିଷ୍ଣୁ ହେବା ଏବଂ ବିରୋଧୀମାନଙ୍କୁ ମୃଦୁ ଭାବରେ ଶାସନ କରିବା ଉଚିତ; ତାହାହେଲେ କେଜାଣି ଈଶ୍ଵର ସେମାନଙ୍କୁ ସତ୍ୟ ସମ୍ଵନ୍ଧରେ ଜ୍ଞାନପ୍ରାପ୍ତ ହେବା ପାଇଁ ମନପରିବର୍ତ୍ତନରୂପ ବର ଦେବେ ,

26 ଆଉ, ଯେଉଁ ଶୟତାନ ସେମାନଙ୍କୁ ତାହାର ଇଚ୍ଛା ସାଧନ କରିବା ନିମନ୍ତେ ବନ୍ଦୀ କରିଅଛି, ସଚେତନ ହୋଇ ତାହାର ଫାନ୍ଦରୁ ମୁକ୍ତ ହେବେ।

ODIA-OV (Re-edited) - ପବିତ୍ର ବାଇବଲ (Re-edited)

Copyright © 2014 by The Bible Society of India

Used by permission. All rights reserved worldwide.

Bible Society of India
Lean sinn:



Sanasan