Biblia Todo Logo
Bìoball air-loidhne

- Sanasan -

ଉପଦେଶକ 10 - ପବିତ୍ର ବାଇବଲ (Re-edited) - (BSI)

1 ମଲା ମାଛି ଗନ୍ଧବଣିକର ସୁଗନ୍ଧି ତୈଳ ଦୁର୍ଗନ୍ଧ କରି ପକାଏ; ତଦ୍ରୂପ ଅଳ୍ପ ମୂର୍ଖତା ଜ୍ଞାନ ଓ ସମ୍ଭ୍ରମଠାରୁ ଅଧିକ ଭାରୀ।

2 ଜ୍ଞାନୀର ହୃଦୟ ତାହାର ଦକ୍ଷିଣରେ; ମାତ୍ର ମୂର୍ଖର ହୃଦୟ ତାହାର ବାମରେ ଥାଏ।

3 ଆହୁରି, ମୂର୍ଖ ପଥରେ ଗମନ କଲା ବେଳେ ତାହାର ବୁଦ୍ଧିର ଅଭାବ ଦେଖାଯାଏ, ପୁଣି ସେ ପ୍ରତ୍ୟେକକୁ କହେ ଯେ, ସେ ମୂର୍ଖ।

4 ତୁମ୍ଭ ଉପରେ ଶାସନକର୍ତ୍ତାର ମନରେ ବିରୁଦ୍ଧଭାବ ଉତ୍ପନ୍ନ ହେଲେ, ଆପଣା ସ୍ଥାନ ଛାଡ଼ ନାହିଁ; କାରଣ ଅଧୀନତା ସ୍ଵୀକାର ଦ୍ଵାରା ମହା ମହା ଅନିଷ୍ଟ କ୍ଷା; ହୁଏ।

5 ମୁଁ ସୂର୍ଯ୍ୟ ତଳେ ଏକ ମନ୍ଦ ବିଷୟ ଦେଖିଅଛି, ତାହା ଶାସନକର୍ତ୍ତାଠାରୁ ଉତ୍ପନ୍ନ ଭ୍ରମ ତୁଲ୍ୟ ଦେଖାଯାଏ;

6 ମୂର୍ଖତା ଅତି ଉଚ୍ଚ ପଦରେ ସ୍ଥାପିତ ହୁଏ, ପୁଣି ଧନୀ ନୀଚ ସ୍ଥାନରେ ବସେ।

7 ମୁଁ ଦାସମାନଙ୍କୁ ଅଶ୍ଵ ଉପରେ ଓ ଅଧିପତିମାନଙ୍କୁ ଦାସ ତୁଲ୍ୟ ପାଦଗତିରେ ଗମନ କରିବାର ଦେଖିଅଛି।

8 ଯେ ଗର୍ତ୍ତ ଖୋଳେ, ସେ ତହିଁରେ ପଡ଼ିବ ଓ ଯେଉଁ ଲୋକ ବେଢ଼ା ଭାଙ୍ଗେ, ତାହାକୁ ସର୍ପ କାମୁଡ଼ିବ।

9 ଯେଉଁ ଲୋକ ପଥର ଖୋଳେ, ସେ ତଦ୍ଦ୍ଵାରା ଆଘାତ ପାଇବ; ପୁଣି, ଯେ କାଠ ଚିରେ, ସେ ତଦ୍ଦ୍ଵାରା ଆପଦଗ୍ରସ୍ତ ହୁଏ।

10 ଲୁହା ଦନ୍ଥରା ହେଲେ ଯେବେ କେହି ତାହାର ଦାଢ଼ ନ ପଜାଏ, ତେବେ ତାହାପରେ ଅଧିକ ବଳ ପ୍ରୟୋଗ କରିବାକୁ ହୁଏ; ମାତ୍ର କର୍ତ୍ତବ୍ୟକୁ ଦେଖାଇବା ପାଇଁ ଜ୍ଞାନ ଫଳଦାୟକ।

11 ସର୍ପ ମନ୍ତ୍ରମୁଗ୍ଧ ହେବା ପୂର୍ବରୁ କାମୁଡ଼ିଲେ ଗୁଣିଆର କିଛି ଲାଭ ନାହିଁ।

12 ଜ୍ଞାନୀର ମୁଖର ବାକ୍ୟ ଅନୁଗ୍ରହଜନକ; ମାତ୍ର ମୂର୍ଖର ନିଜ ଓଷ୍ଠାଧର ତାହାକୁ ଗ୍ରାସ କରିବ।

13 ତାହାର ମୁଖର ବାକ୍ୟାରମ୍ଭ ଅଜ୍ଞାନତା ଅଟେ ଓ ତାହାର କଥାର ଶେଷ ଦୁଃଖଦାୟୀ ଉନ୍ମତ୍ତତା।

14 ମୂର୍ଖ ବହୁତ କଥା କହେ; ତଥାପି କଅଣ ହେବ, ମନୁଷ୍ୟ ଜାଣେ ନାହିଁ; ଆଉ, ତାହା ଉତ୍ତାରେ ଯାହା ଘଟିବ, କିଏ ତାହାକୁ ଜଣାଇ ପାରେ?

15 ପ୍ରତ୍ୟେକ ମୂର୍ଖର ପରିଶ୍ରମ ତାହାକୁ କ୍ଳା; କରେ, କାରଣ କିରୂପେ ନଗରକୁ ଯିବାର ହୁଏ, ତାହା ସେ ଜାଣେ ନାହିଁ।

16 ହେ ଦେଶ, ତୁମ୍ଭର ରାଜା ଯେବେ ବାଳକ ହୁଏ ଓ ତୁମ୍ଭର ଅଧିପତିଗଣ ଯେବେ ପ୍ରଭାତରେ ଭୋଜନ କରନ୍ତି, ତେବେ ତୁମ୍ଭେ ସନ୍ତାପର ପାତ୍ର।

17 ହେ ଦେଶ, କୂଳୀନର ପୁତ୍ର ଯେବେ ତୁମ୍ଭର ରାଜା ହୁଏ ଓ ତୁମ୍ଭର ଅଧିପତିଗଣ ଯେବେ ମତ୍ତତା ନିମନ୍ତେ ନୁହେଁ, ମାତ୍ର ବଳ ନିମନ୍ତେ ଉପଯୁକ୍ତ ସମୟରେ ଭୋଜନ କରନ୍ତି, ତେବେ ତୁମ୍ଭେ ଧନ୍ୟ !

18 ଆଳସ୍ୟରେ ଛାତ ବସିଯାଏ, ପୁଣି ହସ୍ତର ଶିଥିଳତାରେ ଗୃହରେ ଜଳ ଝରେ।

19 ହାସ୍ୟ ନିମନ୍ତେ ଭୋଜ ପ୍ରସ୍ତୁତ ହୁଏ, ପୁଣି ଦ୍ରାକ୍ଷାରସ ଜୀବନ ଆନନ୍ଦିତ କରେ; ଧନ ସବୁ କାର୍ଯ୍ୟରେ ଆସେ।

20 ରାଜାକୁ ଅଭିଶାପ ଦିଅ ନାହିଁ, ନା ମନେ ମନେ ହିଁ ଦିଅ ନାହିଁ ଆଉ, ଧନୀକି ଆପଣା ଶୟନ ଗୃହରେ ଅଭିଶାପ ଦିଅ ନାହିଁ; କାରଣ ଶୂନ୍ୟର ପକ୍ଷୀ ସେହି ରବ ଘେନି ଯିବ ଓ ପକ୍ଷଧାରୀ ସେ କଥା ଜଣାଇ ଦେବ।

ODIA-OV (Re-edited) - ପବିତ୍ର ବାଇବଲ (Re-edited)

Copyright © 2014 by The Bible Society of India

Used by permission. All rights reserved worldwide.

Bible Society of India
Lean sinn:



Sanasan