Biblia Todo Logo
Bìoball air-loidhne

- Sanasan -

ଗାଲାତୀୟ 6 - ପବିତ୍ର ବାଇବଲ (Re-edited) - (BSI)


ପରସ୍ପରର ଭାର ବହନ କରିବା

1 ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ି ପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।

2 ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ।

3 ଯଦି କୌଣସି ଲୋକ ଅସାର ହେଲେ ହେଁ ଆପଣାକୁ ବଡ଼ ବୋଲି ମନେ କରେ, ତେବେ ସେ ନିଜକୁ ପ୍ରବଞ୍ଚନା କରେ।

4 କିନ୍ତୁ ପ୍ରତ୍ୟେକ ଜଣ ଆପଣା କର୍ମ ପରୀକ୍ଷା କରୁ, ତେବେ ସେ ଅନ୍ୟ ସହିତ ଆପଣାକୁ ତୁଳନା କରିବା ଦ୍ଵାରା ଦର୍ପ ନ କରି କେବଳ ନିଜଠାରେ ଦର୍ପର କାରଣ ପାଇବ;

5 କାରଣ ପ୍ରତ୍ୟେକ ଜଣ ଆପଣା ଭାର ବହନ କରିବ।

6 କିନ୍ତୁ ଯେ ଈଶ୍ଵରଙ୍କ ବାକ୍ୟରେ ଶିକ୍ଷା ପ୍ରାପ୍ତ ହୁଏ, ସେ ଶିକ୍ଷାଦାତାଙ୍କୁ ସମସ୍ତ ଉତ୍ତମ ବିଷୟର ସହଭାଗୀ କରାଉ।

7 ଭ୍ରାନ୍ତ ନ ହୁଅ; ଈଶ୍ଵର ବିଦ୍ରୂପର ପାତ୍ର ନୁହନ୍ତି; କାରଣ ମନୁଷ୍ୟ ଯାହା ବୁଣେ, ତାହା ହିଁ କାଟିବ।

8 ଯେଣୁ ଯେ ଆପଣା ଶରୀର ଉଦ୍ଦେଶ୍ୟରେ ବୁଣେ, ସେ ଶରୀରରୁ ଉତ୍ପନ୍ନ କ୍ଷୟଣୀୟ ଶସ୍ୟ କାଟିବ; କିନ୍ତୁ ଯେ ଆତ୍ମାଙ୍କ ଉଦ୍ଦେଶ୍ୟରେ ବୁଣେ, ସେ ଆତ୍ମାଙ୍କଠାରୁ ଉତ୍ପନ୍ନ ଅନ; ଜୀବନରୂପ ଶସ୍ୟ କାଟିବ।

9 ଆମ୍ଭେମାନେ ଉତ୍ତମ କର୍ମ କରିବାରେ ଶ୍ରା; ନ ହେଉ; କାରଣ କ୍ଳା; ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା।

10 ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ଵାସୀ ସମସ୍ତଙ୍କର ମଙ୍ଗଳ କରୁ।


ଶେଷ ସତର୍କ ବାଣୀ ଓ ଅଭିବାଦନ

11 ଦେଖ, କିପରି ବଡ଼ ବଡ଼ ଅକ୍ଷରରେ ମୋହର ନିଜ ହସ୍ତରେ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଅଛି।

12 ଯେଉଁମାନେ ବାହ୍ୟ କ୍ରିୟାକର୍ମ ଦ୍ଵାରା ସୁଖ୍ୟାତି ପାଇବାକୁ ଇଚ୍ଛା କରନ୍ତି, ସେମାନେ ତୁମ୍ଭମାନଙ୍କୁ ସୁନ୍ନତ ହେବା ପାଇଁ ବାଧ୍ୟ କରନ୍ତି; ଖ୍ରୀଷ୍ଟଙ୍କ କ୍ରୁଶ ହେତୁ ସେମାନେ ଯେପରି ତାଡ଼ନା ଭୋଗ ନ କରନ୍ତି, କେବଳ ସେଥିନିମନ୍ତେ ତାହା କରନ୍ତି।

13 କାରଣ ଯେଉଁମାନେ ସୁନ୍ନତ ବିଧି ସମର୍ଥନ କରନ୍ତି, ସେମାନେ ନିଜେ ସୁଦ୍ଧା ବ୍ୟବସ୍ଥା ପାଳନ କରନ୍ତି ନାହିଁ, ବରଂ ସେମାନେ ଯେପରି ତୁମ୍ଭମାନଙ୍କ ଶରୀର ସମ୍ଵନ୍ଧରେ ଗର୍ବ କରି ପାରନ୍ତି, ଏଥିପାଇଁ ସେମାନେ ତୁମ୍ଭମାନଙ୍କୁ ସୁନ୍ନତ କରାଇବାକୁ ଇଚ୍ଛା କରନ୍ତି।

14 କିନ୍ତୁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର କ୍ରୁଶ ବ୍ୟତୀତ ଆଉ କାହିଁରେ ଦର୍ପ କରିବା ମୋʼଠାରୁ ଦୂରେ ଥାଉ; ତାହାଙ୍କ ଦ୍ଵାରା ଜଗତ ମୋʼ ପ୍ରତି ଓ ମୁଁ ଜଗତ ପ୍ରତି କ୍ରୁଶରେ ହତ ହୋଇଅଛି।

15 କାରଣ ସୁନ୍ନତ କିମ୍ଵା ଅସୁନ୍ନତ କିଛି ନୁହେଁ, କିନ୍ତୁ ନୂତନ ସୃଷ୍ଟି ହିଁ ସାର।

16 ଆଉ, ଯେତେ ଲୋକ ଏହି ନିୟମାନୁସାରେ ଆଚରଣ କରନ୍ତି, ସେମାନଙ୍କ ଉପରେ ଓ ଈଶ୍ଵରଙ୍କର ଇସ୍ରାଏଲ ଉପରେ ଶାନ୍ତି ଓ ଦୟା ବର୍ତ୍ତୁ।

17 ଆଜିଠାରୁ କେହି ଆଉ ମୋତେ କଷ୍ଟ ନ ଦେଉ, କାରଣ ମୁଁ ମୋହର ଶରୀରରେ ଯୀଶୁଙ୍କ କ୍ଷତଦାଗ ବହନ କରୁଅଛି।

18 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ। ଆମେନ୍।

ODIA-OV (Re-edited) - ପବିତ୍ର ବାଇବଲ (Re-edited)

Copyright © 2014 by The Bible Society of India

Used by permission. All rights reserved worldwide.

Bible Society of India
Lean sinn:



Sanasan