Biblia Todo Logo
Bìoball air-loidhne

- Sanasan -

ହୋଶେୟ 3 - ପବିତ୍ର ବାଇବଲ (Re-edited) - (BSI)


ହୋଶେୟଙ୍କର ଭାର୍ଯ୍ୟା କ୍ରୟ

1 ଅନନ୍ତର ସଦାପ୍ରଭୁ ଆମ୍ଭକୁ କହିଲେ, ଇସ୍ରାଏଲ-ସନ୍ତାନଗଣ ଅନ୍ୟ ଦେବଗଣର ପ୍ରତି ଫେରିଲେଣହେଁ ଓ ଦ୍ରାକ୍ଷାଚକ୍ତି ଭଲ ପାଇଲେ ହେଁ ସଦାପ୍ରଭୁ ଯେପରି ସେମାନଙ୍କୁ ପ୍ରେମ କରନ୍ତି, ସେପରି ତୁମ୍ଭେ ପୁନଶ୍ଚ ଯାଇ ଆପଣା ମିତ୍ରର ପ୍ରିୟତମା ଅଥଚ ବ୍ୟଭିଚାରିଣୀ ଏକ ସ୍ତ୍ରୀକୁ ପ୍ରେମ କର।

2 ତହିଁରେ ମୁଁ ପନ୍ଦର ରୌପ୍ୟ ମୁଦ୍ରା ଓ ଏକ ହୋମର ଓ ଅର୍ଦ୍ଧ ହୋମର ଯବ ଦେଇ ସେ ସ୍ତ୍ରୀକୁ କିଣିଲି;

3 ଆଉ, ମୁଁ ତାହାକୁ କହିଲି, ତୁମ୍ଭେ ଅନେକ ଦିନ ପର୍ଯ୍ୟନ୍ତ ମୋʼ ନିମନ୍ତେ ରହିବ; ତୁମ୍ଭେ ବେଶ୍ୟାବୃତ୍ତି କରିବ ନାହିଁ ଓ ତୁମ୍ଭେ ଅନ୍ୟ କୌଣସି ପୁରୁଷର ଭାର୍ଯ୍ୟା ହେବ ନାହିଁ ଓ ମୁଁ ମଧ୍ୟ ତୁମ୍ଭ ପ୍ରତି ତଦ୍ରୂପ ବ୍ୟବହାର କରିବି।

4 କାରଣ ଇସ୍ରାଏଲ-ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ;

5 ତହିଁ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।

ODIA-OV (Re-edited) - ପବିତ୍ର ବାଇବଲ (Re-edited)

Copyright © 2014 by The Bible Society of India

Used by permission. All rights reserved worldwide.

Bible Society of India
Lean sinn:



Sanasan