Biblia Todo Logo
Bìoball air-loidhne

- Sanasan -

ଯିଶାଇୟ 20 - ପବିତ୍ର ବାଇବଲ (Re-edited) - (BSI)


ମିସର ଓ କୂଶ ଦେଶ ପ୍ରତି ଏକ ଚିହ୍ନ

1 ଅଶୂରର ରାଜା ସର୍ଗୋନର ପ୍ରେରିତ ତର୍ତ୍ତନ ଯେଉଁ ବର୍ଷ ଅସ୍ଦୋଦକୁ ଆସି ତାହା ପ୍ରତିକୂଳରେ ଯୁଦ୍ଧ କରି ହସ୍ତଗତ କଲାନ୍ତଣଣଦ୍ଵି. ରା. ୧୮:୧୭

2 ସେହି ସମୟରେ ଆମୋସର ପୁତ୍ର ଯିଶାଇୟ ଦ୍ଵାରା ସଦାପ୍ରଭୁ ଏହି କଥା କହିଲେ, ଯାଅ, ତୁମ୍ଭ କଟିଦେଶରୁ ଚଟବସ୍ତ୍ର ଫିଟାଅ ଓ ତୁମ୍ଭ ପାଦରୁ ପାଦୁକା କାଢ଼, ତହିଁରେ ସେ ତାହା କରି ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କଲା।

3 ତେବେ ସଦାପ୍ରଭୁ କହିଲେ, ଆମ୍ଭର ଦାସ ଯିଶାଇୟ ମିସର ଓ କୂଶ ଦେଶ ପ୍ରତି ଏକ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ଵରୂପ ହେବା ପାଇଁ ଯେପରି ତିନି ବର୍ଷ ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କରିଅଛି ;

4 ସେପରି ଅଶୂରର ରାଜା ମିସ୍ରୀୟମାନଙ୍କ ଲଜ୍ଜାର ନିମନ୍ତେ ଆବାଳବୃଦ୍ଧ ମିସ୍ରୀୟ ବନ୍ଦୀ ଓ କୂଶୀୟ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର ଓ ଶୂନ୍ୟପଦ ଓ ଅନାବୃତ କଟି କରି ଘେନିଯିବ।

5 ତହିଁରେ ଲୋକମାନେ ଆପଣାମାନଙ୍କର ବିଶ୍ଵାସଭୂମି କୂଶ ଓ ଆପଣାମାନଙ୍କର ଦର୍ପ ସ୍ଵରୂପ ମିସର ସକାଶୁ ନିରାଶ ଓ ଲଜ୍ଜିତ ହେବେ।

6 ପୁଣି, ସେହି ଦିନ ଏହି ସମୁଦ୍ର ଅଞ୍ଚଳସ୍ଥ ନିବାସୀମାନେ କହିବେ, ଦେଖ, ଅଶୂରର ରାଜାଠାରୁ ଉଦ୍ଧାର ପାଇବା ପାଇଁ ସାହାଯ୍ୟ ନିମନ୍ତେ ଯେଉଁଠାକୁ ପଳାଇଲୁ, ଆମ୍ଭମାନଙ୍କର ସେହି ବିଶ୍ଵାସଭୂମି ଏହି ପ୍ରକାର; ତେବେ ଆମ୍ଭେମାନେ ଅବା କିପ୍ରକାରେ ବଞ୍ଚିବା?

ODIA-OV (Re-edited) - ପବିତ୍ର ବାଇବଲ (Re-edited)

Copyright © 2014 by The Bible Society of India

Used by permission. All rights reserved worldwide.

Bible Society of India
Lean sinn:



Sanasan