ଯୋୟେଲ 1 - ପବିତ୍ର ବାଇବଲ (Re-edited) - (BSI)1 ପଥୂୟେଲଙ୍କ ପୁତ୍ର ଯୋୟେଲଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା। ଶସ୍ୟ ହାନି ଯୋଗୁ ଦେଶବାସୀଙ୍କ ବିଳାପ 2 ହେ ପ୍ରାଚୀନଗଣ, ତୁମ୍ଭେମାନେ ଏହି କଥା ଶୁଣ, ଆଉ ହେ ଦେଶନିବାସୀସକଳ, ତୁମ୍ଭେମାନେ କର୍ଣ୍ଣପାତ କର। ତୁମ୍ଭେମାନଙ୍କ ସମୟରେ କିଅବା ତୁମ୍ଭମାନଙ୍କର ପିତୃପୁରୁଷ-ଗଣର ସମୟରେ କି ଏହା ଘଟିଅଛି? 3 ତୁମ୍ଭେମାନେ ଆପଣା ଆପଣା ସନ୍ତାନଗଣକୁ ଏହା ଜଣାଅ ଓ ତୁମ୍ଭମାନଙ୍କର ସନ୍ତାନଗଣ ସେମାନଙ୍କ ସନ୍ତାନଗଣକୁ ଜଣାଉନ୍ତୁ, ଆଉ ସେମାନଙ୍କର ସନ୍ତାନଗଣ ଆସନ୍ତା ପୁରୁଷଙ୍କୁ ଜଣାଉନ୍ତୁ। 4 ଶୂକକୀଟ ଯାହା ଛାଡ଼ିଲା, ପଙ୍ଗପାଳ ତାହା ଖାଇଅଛି ଓ ପଙ୍ଗପାଳ ଯାହା ଛାଡ଼ିଲା, ପତଙ୍ଗ ତାହା ଖାଇଅଛି ଓ ପତଙ୍ଗ ଯାହା ଛାଡ଼ିଲା, ଘୁର୍ଘୁରିଆ ତାହା ଖାଇଅଛି। 5 ହେ ମତୁଆଳାମାନେ, ଜାଗି ଉଠ ଓ ରୋଦନ କର, ହେ ମଦ୍ୟପାୟୀ ସମସ୍ତେ, ମିଷ୍ଟ ଦ୍ରାକ୍ଷାରସ ସକାଶୁ ହାହାକାର କର; କାରଣ ତାହା ତୁମ୍ଭମାନଙ୍କର ମୁଖରୁ ଅନ୍ତର କରାଯାଇ ଅଛି। 6 ଯେହେତୁ ଆମ୍ଭ ଦେଶ ବିରୁଦ୍ଧରେ ଏକ ଗୋଷ୍ଠୀ ଉଠି ଆସିଅଛି, ସେ ବଳବାନ ଓ ଅସଂଖ୍ୟ; ତାହାର ଦ; ସିଂହଦ; ତୁଲ୍ୟ ଓ ତାହାର କଳଦ; ଏକ ବୃହତ୍ ସିଂହର କଳଦ; ତୁଲ୍ୟ। 7 ସେ ଆମ୍ଭର ଦ୍ରାକ୍ଷାଲତା ଉଜାଡ଼ କରିଅଛି ଓ ଆମ୍ଭ ଡିମିରି ବୃକ୍ଷର ଛେଲି ଛଡ଼ାଇ ପକାଇଅଛି; ସେ ତାହା ସମ୍ପୂର୍ଣ୍ଣ ଛେଲିଶୂନ୍ୟ କରି ପକାଇ ଦେଇଅଛି; ତହିଁର ଶାଖାସବୁ ଶୁକ୍ଳ କରାଯାଇଅଛି। 8 ଯୌବନକାଳୀନ ସ୍ଵାମୀ-ଶୋକରେ ଚଟବସ୍ତ୍ର ପରିହିତା କନ୍ୟା ତୁଲ୍ୟ ବିଳାପ କର। 9 ସଦାପ୍ରଭୁଙ୍କ ଗୃହରୁ ଭକ୍ଷ୍ୟ-ନୈବେଦ୍ୟ ଓ ପେୟ-ନୈବେଦ୍ୟ ଅନ୍ତର କରାଯାଇଅଛି; ସଦାପ୍ରଭୁଙ୍କର ପରିଚାରକ ଯାଜକଗଣ ଶୋକ କରନ୍ତି। 10 କ୍ଷେତ୍ର ଉଜାଡ଼ ହୋଇଅଛି, ଦେଶ ଶୋକ କରୁଅଛି; କାରଣ ଶସ୍ୟ ଉଜାଡ଼ ହୋଇଅଛି , ନୂତନ ଦ୍ରାକ୍ଷାରସ ଶୁଖି ଯାଇଅଛି; ତୈଳ କ୍ଷୟ ପାଇଅଛି। 11 ହେ କୃଷକଗଣ, ତୁମ୍ଭେମାନେ ଲଜ୍ଜିତ ହୁଅ, ହେ ଦ୍ରାକ୍ଷାକ୍ଷେତ୍ରର ପାଳକଗଣ, ତୁମ୍ଭେମାନେ ଗହମ ଓ ଯବ ବିଷୟରେ ହାହାକାର କର; କାରଣ କ୍ଷେତ୍ରର ଶସ୍ୟ ନଷ୍ଟ ହୋଇଅଛି। 12 ଦ୍ରାକ୍ଷାଲତା ଶୁଷ୍କ ହୋଇଅଛି ଓ ଡିମିରି ବୃକ୍ଷ ମ୍ଳାନ ହେଉଅଛି; ଡାଳିମ୍ଵ ବୃକ୍ଷ, ମଧ୍ୟ ଖର୍ଜୂର ବୃକ୍ଷ ଓ ନାଗରଙ୍ଗ ବୃକ୍ଷ, ଆଉ କ୍ଷେତ୍ରସ୍ଥ ଯାବତୀୟ ବୃକ୍ଷ ଶୁଷ୍କ ହୋଇଅଛି; କାରଣ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ଆନନ୍ଦ ଶୁଷ୍କ ହୋଇ ଯାଇଅଛି। ଅନୁତାପ ନିମନ୍ତେ ଆହ୍ଵାନ 13 ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର; ହେ ଯଜ୍ଞବେଦିର ପରିଚାରକଗଣ, ତୁମ୍ଭେମାନେ ହାହାକାର କର; ହେ ଆମ୍ଭ ପରମେଶ୍ଵରଙ୍କର ପରିଚାରକଗଣ, ତୁମ୍ଭେମାନେ ଆସ, ଚଟବସ୍ତ୍ର ପିନ୍ଧି ରାତ୍ରିଯାକ କ୍ଷେପଣ କର; କାରଣ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହରୁ ଭକ୍ଷ୍ୟ-ନୈବେଦ୍ୟ ଓ ପେୟ-ନୈବେଦ୍ୟ ନିବୃତ୍ତ କରାଯାଇଅଛି। 14 ତୁମ୍ଭେମାନେ ପବିତ୍ର ଉପବାସ ନିରୂପଣ କର, ମହାସଭା ଆହ୍ଵାନ କର, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ଗୃହରେ ପ୍ରାଚୀନଗଣକୁ ଓ ଦେଶନିବାସୀ ସମସ୍ତଙ୍କୁ ଏକତ୍ର କରି ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର। 15 ହାୟ ହାୟ ସେ ଦିନ! କାରଣ ସଦାପ୍ରଭୁଙ୍କ ଦିନ ସନ୍ନିକଟ, ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ତୁଲ୍ୟ ତାହା ଉପସ୍ଥିତ ହେବ। 16 ଆମ୍ଭମାନଙ୍କ ଦୃଷ୍ଟିରୁ ଖାଦ୍ୟ ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହରୁ ଆନନ୍ଦ ଓ ଉଲ୍ଳାସ କି ଅନ୍ତର କରାଯାଇ ନାହିଁ? 17 ବିହନସବୁ ଟେଳା ତଳେ ପଚି ଯାଉଅଛି; ଗୋଲାସବୁ ଧ୍ଵଂସିତ, ଶସ୍ୟ ଅମାରସବୁ ଭଗ୍ନ ହୋଇଅଛି; କାରଣ ଶସ୍ୟ ଶୁଷ୍କ ହୋଇଅଛି। 18 ପଶୁଗଣ କିପରି ଆର୍ତ୍ତସ୍ଵର କରନ୍ତି ! ଚରା ନ ଥିବାରୁ ଗୋରୁପଲ ବ୍ୟାକୁଳ ହେଉଅଛନ୍ତି; ମେଷପଲ ନଷ୍ଟ ହେଉଅଛନ୍ତି। 19 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; କାରଣ ଅଗ୍ନି ପ୍ରାନ୍ତରର ଚରାଣି-ସ୍ଥାନସବୁ ଗ୍ରାସ କରିଅଛି ଓ ଅଗ୍ନିଶିଖା କ୍ଷେତ୍ରର ବୃକ୍ଷସବୁ ଦଗ୍ଧ କରିଅଛି। 20 ହଁ, କ୍ଷେତ୍ରସ୍ଥ ପଶୁସକଳ ତୁମ୍ଭ ନିକଟରେ ଧକାଉ-ଅଛନ୍ତି; ଯେହେତୁ ଜଳସ୍ରୋତସବୁ ଶୁଷ୍କ ହୋଇଅଛି ଓ ଅଗ୍ନି ପ୍ରାନ୍ତରର ଚରାଣି-ସ୍ଥାନସବୁ ଗ୍ରାସ କରିଅଛି। |
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.
Bible Society of India