ଯିହୋଶୂୟ 18 - ପବିତ୍ର ବାଇବଲ (Re-edited) - (BSI)ଅବଶିଷ୍ଟାଂଶ ଅଞ୍ଚଳର ବଣ୍ଟନ 1 ଅନନ୍ତର ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ଶୀଲୋରେ ଆପଣାମାନଙ୍କୁ ଏକତ୍ର କରି ସେଠାରେ ସମାଗମ-ତମ୍ଵୁ ସ୍ଥାପନ କଲେ; ଦେଶ ସେମାନଙ୍କ ସମ୍ମୁଖରେ ପରାଜିତ ଥିଲା। 2 ସେ ସମୟରେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଅଧିକାର-ଅପ୍ରାପ୍ତ ସାତ ବଂଶ ଅବଶିଷ୍ଟ ଥିଲେ। 3 ତହିଁରେ ଯିହୋଶୂୟ ଇସ୍ରାଏଲ-ସନ୍ତାନଗଣକୁ କହିଲେ, ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ଵର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ସେଠାକୁ ଯାଇ ତାହା ଅଧିକାର କରିବାକୁ ତୁମ୍ଭେମାନେ କେତେ କାଳ ଆଳସ୍ୟ କରିବ? 4 ତୁମ୍ଭେମାନେ ପ୍ରତ୍ୟେକ ବଂଶ ପାଇଁ ତିନି ତିନି ଜଣ ଦିଅ; ତହିଁରେ ଆମ୍ଭେ ସେମାନଙ୍କୁ ପଠାଇବା, ସେମାନେ ଉଠି ଦେଶ ଦେଇ ଭ୍ରମଣ କରି ଲୋକମାନଙ୍କ ଅଧିକାରାନୁସାରେ ତାହା ଲେଖି ଆମ୍ଭ ନିକଟକୁ ଫେରି ଆସିବେ। 5 ପୁଣି ସେମାନେ ତାହା ସାତ ଭାଗରେ ବିଭାଗ କରିବେ; ଦକ୍ଷିଣ ଦିଗରେ ଆପଣା ସୀମାରେ ଯିହୁଦା ରହିବ ଓ ଉତ୍ତର ଦିଗରେ ଆପଣା ସୀମାରେ ଯୋଷେଫ ବଂଶ ରହିବେ। 6 ଏହିରୂପେ ତୁମ୍ଭେମାନେ ଦେଶକୁ ସାତ ଭାଗ କରି ତାହା ଲେଖି ଆମ୍ଭ ନିକଟକୁ ଆଣିବ; ତହିଁରେ ଆମ୍ଭେ ଏ ସ୍ଥାନରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିବା। 7 କାରଣ ତୁମ୍ଭମାନଙ୍କ ମଧ୍ୟରେ ଲେବୀୟମାନଙ୍କର କୌଣସି ଅଂଶ ନାହିଁ, ଯେହେତୁ ସଦାପ୍ରଭୁଙ୍କର ଯାଜକତ୍ଵ ପଦ ସେମାନଙ୍କର ଅଧିକାର; ଆଉ ଗାଦ୍ ଓ ରୁବେନ୍ ଓ ମନଃଶିର ଅର୍ଦ୍ଧବଂଶ ଯର୍ଦ୍ଦନ-ପୂର୍ବପାରିରେ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ଵାରା ଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି। 8 ଏଥିରେ ସେହି ଲୋକମାନେ ଉଠି ଯାତ୍ରା କଲେ; ପୁଣି ଯିହୋଶୂୟ ସେହି ଦେଶ ବିଷୟ ଲେଖିବା ପାଇଁ ଯିବା ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯାଇ ଦେଶ ଦେଇ ଭ୍ରମଣ କରି ତହିଁ ବିଷୟ ଲେଖ ଓ ଆମ୍ଭ ନିକଟକୁ ପୁନର୍ବାର ଆସ; ତହିଁରେ ଆମ୍ଭେ ଏହି ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିବା। 9 ଏଥିରେ ସେହି ଲୋକମାନେ ଯାଇ ଦେଶ ଦେଇ ଭ୍ରମଣ କଲେ ଓ ନଗର ଅନୁସାରେ ସାତ ଭାଗ କରି ପୁସ୍ତକରେ ଲେଖିଲେ; ତହୁଁ ଶୀଲୋସ୍ଥିତ ଛାଉଣିକି ଯିହୋଶୂୟଙ୍କର ନିକଟକୁ ଫେରି ଆସିଲେ। 10 ଏଥିରେ ଯିହୋଶୂୟ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ; ପୁଣି ଯିହୋଶୂୟ ସେହି ସ୍ଥାନରେ ଇସ୍ରାଏଲ-ସନ୍ତାନଗଣର ବିଭାଗାନୁସାରେ ଦେଶ ବାଣ୍ଟ କରି ସେମାନଙ୍କୁ ଦେଲେ। ବିନ୍ୟାମୀନର ଅଧିକାର 11 ତହୁଁ ବିନ୍ୟାମୀନ-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଉଠିଲା। ସେମାନଙ୍କ ବାଣ୍ଟର ସୀମା ଯିହୁଦା-ସନ୍ତାନଗଣର ଓ ଯୋଷେଫ-ସନ୍ତାନଗଣର ମଧ୍ୟରେ ହେଲା। 12 ସେମାନଙ୍କ ଉତ୍ତର ସୀମା ଯର୍ଦ୍ଦନଠାରୁ ହେଲା; ଆଉ ସେ ସୀମା ଯିରୀହୋର ଉତ୍ତର-ପାର୍ଶ୍ଵ ଦେଇ ଗଲା, ତହୁଁ ପଶ୍ଚିମ ଦିଗସ୍ଥିତ ପର୍ବତମୟ ଦେଶ ଦେଇ ଗଲା; ପୁଣି ବୈଥାବନ ପ୍ରାନ୍ତର ନିକଟରେ ତହିଁର ସୀମା ହେଲା। 13 ସେଠାରୁ ସେ ସୀମା ଲୁସକୁ ବା ଦକ୍ଷିଣ ଆଡ଼େ ଲୁସର ପାର୍ଶ୍ଵ ପର୍ଯ୍ୟନ୍ତ ଗଲା, (ଏହାକୁ ବୈଥେଲ କହନ୍ତି); ପୁଣି ନୀଚସ୍ଥ ବୈଥୋରୋଣର ଦକ୍ଷିଣସ୍ଥିତ ପର୍ବତ ଦେଇ ଅଟାରୋତ୍-ଅଦ୍ଦର ଆଡ଼କୁ ଗଡ଼ିଗଲା। 14 ସେଠାରୁ ସେ ସୀମା ଫେରି ପଶ୍ଚିମାଭିମୁଖ ହୋଇ ବୈଥୋରୋଣ ଦକ୍ଷିଣସ୍ଥିତ ପର୍ବତଠାରୁ ଦକ୍ଷିଣ ଆଡ଼େ ଯାଇ ଯିହୁଦା ସନ୍ତାନଗଣର କିରୀୟଥ୍-ବାଲ ବା କିରୀୟଥ୍-ଯିୟାରୀମ ନାମକ ନଗର ପର୍ଯ୍ୟନ୍ତ ଗଲା; ଏ ପଶ୍ଚିମ ସୀମା। 15 ପୁଣି ଦକ୍ଷିଣ ସୀମା କିରୀୟଥ୍-ଯିୟାରୀମର ପ୍ରାନ୍ତରୁ ଗଲା ଓ ସେ ସୀମା ପଶ୍ଚିମ ଦିଗରେ ବାହାରି ନିପ୍ତୋହର ନିର୍ଝର ପର୍ଯ୍ୟନ୍ତ ଗଲା। 16 ଆଉ ସେହି ସୀମା ରଫାୟୀମ ତଳଭୂମିର ଉତ୍ତର ଦିଗସ୍ଥିତ ହିନ୍ନୋମ ପୁତ୍ରର ଉପତ୍ୟକା ସମ୍ମୁଖସ୍ଥ ପର୍ବତର ପ୍ରା; ପର୍ଯ୍ୟନ୍ତ ଗଡ଼ିଗଲା ଓ ହିନ୍ନୋମ ଉପତ୍ୟକା ଦେଇ ଯିବୂଷର ଦକ୍ଷିଣ ପାର୍ଶ୍ଵକୁ ଗଡ଼ିଆସି ଐନରୋଗେଲକୁ ଗଲା। 17 ପୁଣି ଉତ୍ତର ଦିଗରେ ଫେରି ଐନଶେମସ ନିକଟରେ ଗଲା ଓ ଅଦୁମ୍ମୀମ୍ ଘାଟୀ ସମ୍ମୁଖସ୍ଥ ଗଲୀଲୋତ ଆଡ଼କୁ ଯାଇ ରୁବେନ୍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଡ଼ିଗଲା। 18 ପୁଣି ଉତ୍ତର ଦିଗରେ ପଦାଭୂମିର ସମ୍ମୁଖ ପାର୍ଶ୍ଵ ଦେଇ ପଦାଭୂମିକି ଗଡ଼ିଗଲା 19 ଓ ସେହି ସୀମା ବୈଥ୍-ଅଗ୍ଲାର ଉତ୍ତର ପାର୍ଶ୍ଵ ପର୍ଯ୍ୟନ୍ତ ଗଲା; ଯର୍ଦ୍ଦନର ଦକ୍ଷିଣ ପ୍ରାନ୍ତସ୍ଥ ଲବଣ ସମୁଦ୍ରର ଉତ୍ତର ଉପସାଗର ସେହି ସୀମାର ପ୍ରା; ଥିଲା, ଏ ଦକ୍ଷିଣ ସୀମା। 20 ପୂର୍ବ ଦିଗରେ ଯର୍ଦ୍ଦନ ତହିଁର ସୀମା ଥିଲା; ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ-ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ଏହି ଅଧିକାର ଥିଲା। 21 ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ-ସନ୍ତାନଗଣର ବଂଶର ନଗର ଯିରୀହୋ ଓ ବୈଥ୍-ଅଗ୍ଲା ଓ ଏମକ୍-କତ୍ଶିସ୍ 22 ଓ ବୈଥ୍-ଆରବା ଓ ସୀମାରୟମ୍ ଓ ବୈଥେଲ 23 ଓ ଅବ୍ବୀମ୍ ଓ ପାରା ଓ ଅଫ୍ରା, 24 କଫରମ୍ମୋନି ଓ ଅଫନି ଓ ଗେବା; ଗ୍ରାମ ସମେତ ବାର ନଗର। 25 ଗିବିୟୋନ ଓ ରାମା ଓ ବେରୋତ 26 ଓ ମିସ୍ପୀ ଓ କଫିରା ଓ ମୋତ୍ସା 27 ଓ ରେକମ ଓ ଯିର୍ପେଲ ଓ ତରଲା 28 ଓ ସେଲା ଓ ଏଲଫ ଓ ଯିବୂଷ (ଏହାକୁ ଯିରୂଶାଲମ କହନ୍ତି), ଗିବୀୟା ଓ କିରୀୟଥ; ଗ୍ରାମ ସମେତ ଏହି ଚଉଦ ନଗର। ଆପଣା ଆପଣା ବଂଶାନୁସାରେ ବିନ୍ୟାମୀନ-ସନ୍ତାନଗଣର ଏହି ଅଧିକାର। |
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.
Bible Society of India