Biblia Todo Logo
Bìoball air-loidhne

- Sanasan -

ମଲାଖୀ 4 - ପବିତ୍ର ବାଇବଲ (Re-edited) - (BSI)


ସଦାପ୍ରଭୁଙ୍କର ଭୟଙ୍କର ଦିନ

1 କାରଣ ଦେଖ, ସେଦିନ ଆସୁଅଛି, ତାହା ତୁନ୍ଦୁର ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ , ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

2 ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବେ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ।

3 ପୁଣି, ତୁମ୍ଭେମାନେ ଦୁଷ୍ଟମାନଙ୍କୁ ପଦ ତଳେ ଦଳି ପକାଇବ; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେଦିନ ସେମାନେ ତୁମ୍ଭମାନଙ୍କର ତଳିପାର ଅଧଃସ୍ଥିତ ଭସ୍ମ ହେବେ।

4 ଆମ୍ଭେ ହୋରେବରେ ସମଗ୍ର ଇସ୍ରାଏଲ ନିମନ୍ତେ ଯେଉଁ ବିଧି ଓ ଶାସନସକଳ ଆଦେଶ କଲୁ, ଆମ୍ଭ ଦାସ ମୋଶାଙ୍କର ସେହି ବ୍ୟବସ୍ଥା ତୁମ୍ଭେମାନେ ସ୍ମରଣ କର।

5 ଦେଖ, ସଦାପ୍ରଭୁଙ୍କର ମହତ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍ବକ୍ତାଙ୍କୁ ପ୍ରେରଣ କରିବା।

6 ପୁଣି, ଆମ୍ଭେ ଆସି ଯେପରି ପୃଥିବୀକି ଅଭିଶାପରେ ଆଘାତ ନ କରୁ, ଏଥିପାଇଁ ସେ ସନ୍ତାନଗଣ ପ୍ରତି ପିତୃଗଣର ହୃଦୟ ଓ ପିତୃଗଣ ପ୍ରତି ସନ୍ତାନଗଣର ହୃଦୟ ଫେରାଇବ।

ODIA-OV (Re-edited) - ପବିତ୍ର ବାଇବଲ (Re-edited)

Copyright © 2014 by The Bible Society of India

Used by permission. All rights reserved worldwide.

Bible Society of India
Lean sinn:



Sanasan