Biblia Todo Logo
Bìoball air-loidhne

- Sanasan -

ମାଥିଉ 1 - ପବିତ୍ର ବାଇବଲ (Re-edited) - (BSI)


ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ

1 ଅବ୍ରହାମଙ୍କ ସନ୍ତାନ ଓ ଦାଉଦଙ୍କ ସନ୍ତାନ ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ

2 ଅବ୍ରହାମ ଇସ୍‍ହାକଙ୍କୁ ଜନ୍ମ ଦେଲେ, ଇସ୍‍ହାକ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ ଯିହୁଦା ଓ ତାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ,

3 ଯିହୁଦା ତାମରଙ୍କ ଗର୍ଭରୁ ପେରସ ଓ ସେରହଙ୍କୁ ଜନ୍ମ ଦେଲେ, ପେରସ ହିଷ୍ରୋଣଙ୍କୁ ଜନ୍ମ ଦେଲେ,

4 ହିଷ୍ରୋଣ ଅରାମଙ୍କୁ ଜନ୍ମ ଦେଲେ, ଅରାମ ଅମ୍ମୀନାଦବଙ୍କୁ ଜନ୍ମ ଦେଲେ, ଅମ୍ମୀନାଦବ ନହଶୋନଙ୍କୁ ଜନ୍ମ ଦେଲେ, ନହଶୋନ ସଲମୋନଙ୍କୁ ଜନ୍ମ ଦେଲେ,

5 ସଲମୋନ ରାହାବଙ୍କ ଗର୍ଭରୁ ବୋୟାଜଙ୍କୁ ଜନ୍ମ ଦେଲେ, ବୋୟାଜ ରୂତଙ୍କ ଗର୍ଭରୁ ଓବେଦଙ୍କୁ ଜନ୍ମ ଦେଲେ, ଓବେଦ ଯିଶୟଙ୍କୁ ଜନ୍ମ ଦେଲେ,

6 ଯିଶୟ ଦାଉଦ ରାଜାଙ୍କୁ ଜନ୍ମ ଦେଲେ। ଦାଉଦ ଉରୀୟଙ୍କ ଭାର୍ଯ୍ୟାଙ୍କ ଗର୍ଭରୁ ଶଲୋମନଙ୍କୁ ଜନ୍ମ ଦେଲେ,

7 ଶଲୋମନ ରିହବୀୟାମଙ୍କୁ ଜନ୍ମ ଦେଲେ, ରିହବୀୟାମ ଅବୀୟଙ୍କୁ ଜନ୍ମ ଦେଲେ,

8 ଅବୀୟ ଆସାଙ୍କୁ ଜନ୍ମ ଦେଲେ, ଆସା ଯିହୋଶାଫଟଙ୍କୁ ଜନ୍ମ ଦେଲେ, ଯିହୋଶାଫଟ ଯୋରାମଙ୍କୁ ଜନ୍ମ ଦେଲେ, ଯୋରାମ ଉଜୀୟଙ୍କୁ ଜନ୍ମ ଦେଲେ,

9 ଉଜୀୟ ଯୋଥମଙ୍କୁ ଜନ୍ମ ଦେଲେ, ଯୋଥମ ଆହସଙ୍କୁ ଜନ୍ମ ଦେଲେ, ଆହସ ହିଜକୀୟଙ୍କୁ ଜନ୍ମ ଦେଲେ,

10 ହିଜକୀୟ ମନଃଶିଙ୍କୁ ଜନ୍ମ ଦେଲେ, ମନଃଶି ଆମୋନଙ୍କୁ ଜନ୍ମ ଦେଲେ, ଆମୋନ ଯୋଶୀୟଙ୍କୁ ଜନ୍ମ ଦେଲେ,

11 ବାବିଲୋନକୁ ନିର୍ବାସିତ ହେବା ସମୟରେ ଯୋଷୀୟ ଯିକନୀୟ ଓ ତାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ।

12 ବାବିଲୋନକୁ ନିର୍ବାସିତ ହେବା ପରେ ଯିକନୀୟ ଶଲ୍ଟୀୟେଲଙ୍କୁ ଜନ୍ମ ଦେଲେ, ଶଲ୍ଟୀୟେଲ ଜିରୁବାବିଲଙ୍କୁ ଜନ୍ମ ଦେଲେ,

13 ଜିରୁବାବିଲ ଅବୀହୁଦଙ୍କୁ ଜନ୍ମ ଦେଲେ, ଅବୀହୁଦ ଏଲୀୟାକିମଙ୍କୁ ଜନ୍ମ ଦେଲେ, ଏଲିୟାକିମ ଆସୋରଙ୍କୁ ଜନ୍ମ ଦେଲେ,

14 ଆସୋର ସାଦୋକଙ୍କୁ ଜନ୍ମ ଦେଲେ, ସାଦୋକ ଆଖିମଙ୍କୁ ଜନ୍ମ ଦେଲେ, ଆଖିମ ଏଲିହୁଦଙ୍କୁ ଜନ୍ମ ଦେଲେ,

15 ଏଲହୁଦ ଏଲୀୟାଜରଙ୍କୁ ଜନ୍ମ ଦେଲେ, ଏଲୀ ୟାଜର ମତ୍ତାନଙ୍କୁ ଜନ୍ମ ଦେଲେ,

16 ମତ୍ତାନ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ ମରୀୟମଙ୍କ ସ୍ଵାମୀ ଯୋଷେଫଙ୍କୁ ଜନ୍ମ ଦେଲେ, ଏହି ମରୀୟମଙ୍କ ଗର୍ଭରୁ ଯୀଶୁ ଜନ୍ମ ହେଲେ, ତାହାଙ୍କୁ ଖ୍ରୀଷ୍ଟ କୁହାଯାଏ।

17 ଏହିପ୍ରକାରେ ସର୍ବସୁଦ୍ଧା ଅବ୍ରହାମଙ୍କଠାରୁ ଦାଉଦଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ, ଆଉ ଦାଉଦଙ୍କଠାରୁ ବାବିଲୋନ ନିର୍ବାସନ ପର୍ଯ୍ୟନ୍ତ ଚଉଦ ପୁରୁଷ, ପୁଣି ବାବିଲୋନ ନିର୍ବାସନଠାରୁ ଖ୍ରୀଷ୍ଟଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ।


ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ବୃତ୍ତା;

18 ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଏହିପ୍ରକାରେ ହେଲା। ତାହାଙ୍କ ମାତା ମରୀୟମଙ୍କର ଯୋଷେଫଙ୍କ ସହିତ ବିବାହନିର୍ବନ୍ଧ ହେଲା ପରେ ସେମାନଙ୍କ ସହବାସ ପୂର୍ବେ ସେ ପବିତ୍ର ଆତ୍ମାଙ୍କ କର୍ତ୍ତୃକ ଗର୍ଭବତୀ ହୋଇଅଛନ୍ତି ବୋଲି ଜଣାପଡ଼ିଲା।

19 ଏଥିରେ ତାଙ୍କ ସ୍ଵାମୀ ଯୋଷେଫ ଧାର୍ମିକ ଥିବାରୁ ଏବଂ ତାଙ୍କୁ ପ୍ରକାଶରେ ନିନ୍ଦାର ପାତ୍ର କରିବାକୁ ଇଚ୍ଛା ନ କରିବାରୁ ଗୋପନରେ ତାଙ୍କୁ ପରିତ୍ୟାଗ କରିବାକୁ ସ୍ଥିର କଲେ।

20 କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ଵପ୍ନରେ ତାଙ୍କୁ ଦର୍ଶନ ଦେଇ କହିଲେ, ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରୀୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାର ଗର୍ଭ ପବିତ୍ର ଆତ୍ମାଙ୍କ କର୍ତ୍ତୃକ ହୋଇଅଛି।

21 ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।

22 ଭାବବାଦୀଙ୍କ ଦ୍ଵାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏସମସ୍ତ ଘଟିଲା,

23 ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁୟେଲ ଦେବେ, ଏହି ନାମର ଅର୍ଥ ‘ଆମ୍ଭମାନଙ୍କ ସହିତ ଈଶ୍ଵରʼ।

24 ଏଥିରେ ଯୋଷେଫ ନିଦ୍ରାରୁ ଉଠି ପ୍ରଭୁଙ୍କ ଦୂତ ତାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେହିପରି କଲେ ଓ ନିଜ ଭାର୍ଯ୍ୟାଙ୍କୁ ଗ୍ରହଣ କଲେ;

25 କିନ୍ତୁ ସେ ପୁତ୍ର ପ୍ରସବ ନ କରିବା ପର୍ଯ୍ୟନ୍ତ ତାଙ୍କ ସହବାସ କଲେ ନାହିଁ, ଆଉ ସେ ପୁତ୍ରଙ୍କ ନାମ ଯୀଶୁ ଦେଲେ।

ODIA-OV (Re-edited) - ପବିତ୍ର ବାଇବଲ (Re-edited)

Copyright © 2014 by The Bible Society of India

Used by permission. All rights reserved worldwide.

Bible Society of India
Lean sinn:



Sanasan