ନିହିମୀୟା 12 - ପବିତ୍ର ବାଇବଲ (Re-edited) - (BSI)ଯାଜକ ଓ ଲେବୀୟ 1 ଯେଉଁ ଯାଜକମାନେ ଓ ଲେବୀୟମାନେ ଶଲ୍ଟୀୟେଲର ପୁତ୍ର ସରୁବ୍ବାବିଲ ଓ ଯେଶୂୟ ସଙ୍ଗେ ଆସିଥିଲେ, ସେମାନେ ଏହି, ଯଥା, ସରାୟ , ଯିରିମୀୟ, ଏଜ୍ରା; 2 ଅମରୀୟ, ମଲ୍ଲୂକ, ହଟୂଶ, 3 ଶଖନୀୟ, ରହୂମ, ମରେମୋତ୍; 4 ଇଦ୍ଦୋ, ଗିନ୍ନଥୋୟ, ଅବୀୟ; 5 ମିୟାମୀନ୍, ମୋୟଦୀୟ, ବିଲଗା; 6 ଶମୟୀୟ ଓ ଯୋୟାରୀବ୍, ଯିଦୟୀୟ; 7 ସଲ୍ଲ, ଆମୋକ, ହିଲ୍କୀୟ, ଯିଦୟୀୟ। ଏମାନେ ଯେଶୂୟ ସମୟରେ ଯାଜକମାନଙ୍କ ଓ ଆପଣା ଆପଣା ଭ୍ରାତୃଗଣ ମଧ୍ୟରେ ପ୍ରଧାନ ଥିଲେ। 8 ଆଉ ଲେବୀୟମାନେ, ଯଥା, ଯେଶୂୟ, ବିନ୍ନୁୟି, କଦ୍ମୀୟେଲ, ଶେରେବୀୟ, ଯିହୁଦା ଓ ମତ୍ତନୀୟ, ଏହି ମତ୍ତନୀୟ ଓ ତାହାର ଭ୍ରାତୃଗଣ ଧନ୍ୟବାଦ-ସେବାର ଅଧ୍ୟକ୍ଷ ଥିଲେ। 9 ମଧ୍ୟ ସେମାନଙ୍କର ଭ୍ରାତା ବକ୍ବୁକୀୟ ଓ ଉନ୍ନି ସେମାନଙ୍କ ସମ୍ମୁଖରେ ପ୍ରହରୀକର୍ମ କଲେ। 10 ପୁଣି, ଯେଶୂୟର ପୁତ୍ର ଯୋୟାକୀମ୍, ଯୋୟାକୀମ୍ର ପୁତ୍ର ଇଲୀୟାଶୀବ୍ ଓ ଇଲିୟାଶୀବ୍ର ପୁତ୍ର ଯୋୟାଦ୍, 11 ଯୋୟାଦ୍ର ପୁତ୍ର ଯୋନାଥନ ଓ ଯୋନାଥନର ପୁତ୍ର ଯଦ୍ଦୂୟ। 12 ପୁଣି, ଯୋୟାକୀମ୍ର ସମୟରେ ଏହି ଯାଜକମାନେ ପିତୃବଂଶ-ପ୍ରଧାନ ଥିଲେ, ଯଥା, ସରାୟ-ବଂଶର ମରାୟ; 13 ଯିରିମୀୟ-ବଂଶର ହନାନୀୟ; ଏଜ୍ରା-ବଂଶର ମଶୁଲ୍ଲମ୍; ଅମରୀୟ-ବଂଶର ଯିହୋହାନନ୍; 14 ମଲ୍ଲୁକି-ବଂଶର ଯୋନାଥନ, ଶବନୀୟ-ବଂଶର ଯୋଷେଫ୍; 15 ହାରିମ-ବଂଶର ଅଦନ୍; ମରାୟୋତ-ବଂଶର ହିଲ୍କୟ; 16 ଇଦ୍ଦୋ-ବଂଶର ଜିଖରୀୟ; ଗିନ୍ନଥୋନ-ବଂଶର ମଶୁଲ୍ଲମ୍; 17 ଅବୀୟ-ବଂଶର ସିଖ୍ରି; ମିନ୍ୟାମୀନ-ବଂଶର, ମୋୟଦୀୟ-ବଂଶର ପିଲ୍ଟେୟ; 18 ବିଲ୍ଗା-ବଂଶର ଶମ୍ମୁୟ; ଶମୟୀୟ-ବଂଶର ଯିହୋନାଥନ୍; 19 ଆଉ, ଯୋୟାରୀବ-ବଂଶର ମତ୍ତନୟ; ଯିଦୟୀୟ-ବଂଶର ଉଷି; 20 ସଲ୍ଲୟ-ବଂଶର କଲ୍ଲୟ; 21 ଆମୋକ-ବଂଶର ଏବର୍; ହିଲ୍କୀୟ-ବଂଶର ହଶବୀୟ; ଯିଦୟୀୟ-ବଂଶର ନଥନେଲ। 22 ଇଲୀୟାଶୀବ, ଯୋୟାଦ ଓ ଯୋହାନନ ଓ ଯଦ୍ଦୂୟ ସମୟରେ ଲେବୀୟମାନେ, ମଧ୍ୟ ପାରସିକ ଦାରୀୟାବସ୍ର ଅଧିକାର ସମୟରେ ଯାଜକମାନେ ପିତୃବଂଶ-ପ୍ରଧାନ ରୂପେ ବଂଶାବଳୀରେ ଲିଖିତ ହେଲେ। 23 ଲେବୀ-ବଂଶଜାତ ପିତୃବଂଶ-ପ୍ରଧାନମାନଙ୍କ ନାମ ଇଲୀୟାଶୀବର ପୁତ୍ର ଯୋହାନନର ସମୟ ପର୍ଯ୍ୟନ୍ତ ବଂଶାବଳୀ ପୁସ୍ତକରେ ଲିଖିତ ହେଲା। 24 ଲେବୀୟମାନଙ୍କର ପ୍ରଧାନଗଣ; ହଶବୀୟ, ଶେରେବୀୟ ଓ କଦ୍ମୀୟେଲର ପୁତ୍ର ଯେଶୂୟ ଓ ସେମାନଙ୍କ ସମ୍ମୁଖସ୍ଥ ଭ୍ରାତୃଗଣ ପରମେଶ୍ଵରଙ୍କ ଲୋକ ଦାଉଦଙ୍କର ଆଜ୍ଞାନୁସାରେ ଦଳ ଦଳ ହୋଇ ପ୍ରଶଂସା ଓ ଧନ୍ୟବାଦ ଉତ୍ସର୍ଗ କରିବାକୁ ନିଯୁକ୍ତ ହେଲେ। 25 ମତ୍ତନୀୟ ଓ ବକ୍ବୁକୀୟ, ଓବଦୀୟ, ମଶୁଲ୍ଲମ୍, ଟଲମୋନ୍, ଅକ୍କୂବ, ଦ୍ଵାରପାଳ ହୋଇ ଦ୍ଵାର ନିକଟବର୍ତ୍ତୀ ଭଣ୍ତାର-ଗୃହସକଳର ପ୍ରହରୀକର୍ମ କଲେ। 26 ଏମାନେ ଯୋଷାଦକର ପୌତ୍ର ଯେଶୂୟର ପୁତ୍ର ଯୋୟାକୀମ ସମୟରେ, ଆଉ ଶାସନକର୍ତ୍ତା ନିହିମୀୟା ଓ ଅଧ୍ୟାପକ ଏଜ୍ରା ଯାଜକର ସମୟରେ ଥିଲେ। ପ୍ରାଚୀର ଉତ୍ସର୍ଗୀକରଣ 27 ଅନନ୍ତର ଯିରୂଶାଲମର ପ୍ରାଚୀର-ପ୍ରତିଷ୍ଠା ସମୟରେ ଲୋକମାନେ କରତାଳ, ନେବଲ ଓ ବୀଣା ବଜାଇ ଧନ୍ୟବାଦ ଓ ଗାନ ସହିତ ଆନନ୍ଦରେ ପ୍ରତିଷ୍ଠା-ଉତ୍ସବ ପାଳନ କରିବା ପାଇଁ ଲେବୀୟମାନଙ୍କୁ ଯିରୂଶାଲମକୁ ଆଣିବା ନିମନ୍ତେ ସେମାନଙ୍କ ସକଳ ସ୍ଥାନରେ ସେମାନଙ୍କୁ ଅନ୍ଵେଷଣ କଲେ। 28 ଆଉ, ଗାୟକମାନଙ୍କ ସନ୍ତାନଗଣ ଯିରୂଶାଲମର ଚତୁର୍ଦ୍ଦିଗସ୍ଥିତ ପଦାଭୂମିରୁ ଓ ନଟୋଫାତୀୟମାନଙ୍କ ନାନା ଗ୍ରାମରୁ; 29 ମଧ୍ୟ ବୈଥ୍-ଗିଲ୍ଗଲରୁ, ଆଉ ଗେବା ଓ ଅସ୍ମାବତ କ୍ଷେତ୍ରରୁ ଏକତ୍ରିତ ହେଲେ; କାରଣ ଗାୟକମାନେ ଯିରୂଶାଲମର ଚତୁର୍ଦ୍ଦିଗରେ ଆପଣାମାନଙ୍କ ପାଇଁ ଗ୍ରାମ ବସାଇଥିଲେ। 30 ପୁଣି, ଯାଜକମାନେ ଓ ଲେବୀୟମାନେ ଆପଣା ଆପଣାକୁ ଶୁଚି କଲେ; ଆଉ, ସେମାନେ ଲୋକମାନଙ୍କୁ ଓ ଦ୍ଵାରସବୁ ଓ ପ୍ରାଚୀର ଶୁଚି କଲେ। 31 ଏଥି ଉତ୍ତାରେ ମୁଁ ଯିହୁଦାର ଅଧିପତିମାନଙ୍କୁ ପ୍ରାଚୀର ଉପରକୁ ଆଣିଲି, ଆଉ ଧନ୍ୟବାଦ ଓ ସଂକୀର୍ତ୍ତନ କରିବା ପାଇଁ ଦୁଇ ମହାଦଳ ନିଯୁକ୍ତ କଲି; ତହିଁରେ ଏକ ଦଳ ଦକ୍ଷିଣ ପାର୍ଶ୍ଵରେ ପ୍ରାଚୀର ଉପର ଦେଇ ଖତ-ଦ୍ଵାର ଆଡ଼କୁ ଗଲେ; 32 ପୁଣି, ସେମାନଙ୍କ ପଛେ ହୋଶୟୀୟ ଓ ଯିହୁଦାର ଅଧିପତିବର୍ଗର ଅର୍ଦ୍ଧେକ, 33 ଆଉ ଅସରୀୟ, ଏଜ୍ରା ଓ ମଶୁଲ୍ଲମ୍, 34 ଯିହୁଦା ଓ ବିନ୍ୟାମୀନ୍ ଓ ଶମୟୀୟ ଓ ଯିରିମୀୟ 35 ଓ କେତେକ ଯାଜକ-ସନ୍ତାନ ତୂରୀ ନେଇ ଗମନ କଲେ; ଆସଫ-ବଂଶଜାତ ସକ୍କୂରର ବୃଦ୍ଧ ପ୍ରପୌତ୍ର, ମୀଖାୟର ପ୍ରପୌତ୍ର, ମତ୍ତନୀୟର ପୌତ୍ର, ଶମୟୀୟର ପୁତ୍ର ଯେ ଯୋନାଥନ, ତାହାର ପୁତ୍ର ଯିଖରୀୟ 36 ଓ ତାହାର ଭ୍ରାତୃଗଣ ଶମୟୀୟ ଓ ଅସରେଲ, ମିଲଲୟ, ଗିଲଲୟ, ମାୟୀୟ, ନଥନେଲ ଓ ଯିହୁଦା, ହନାନି, ଏମାନେ ପରମେଶ୍ଵରଙ୍କ ଲୋକ ଦାଉଦଙ୍କର ନିରୂପିତ ନାନା ବାଦ୍ୟଯନ୍ତ୍ର ନେଇ ଗମନ କଲେ; ଏଜ୍ରା ଅଧ୍ୟାପକ ସେମାନଙ୍କ ଆଗେ ଆଗେ ଚାଲିଲାନ୍ତ 37 ପୁଣି, ସେମାନେ ନିର୍ଝରଦ୍ଵାର ନିକଟ ହୋଇ ଆପଣାମାନଙ୍କ ସମ୍ମୁଖସ୍ଥ ସଳଖ ପଥରେ ଦାଉଦ-ନଗରର ପାବଚ୍ଛ ଦ୍ଵାରା ପ୍ରାଚୀରର ଉଠାଣିରେ ଉଠି ଦାଉଦଙ୍କର ଗୃହ ଉପର ଦେଇ ପୂର୍ବ ଆଡ଼େ ଜଳଦ୍ଵାର ପର୍ଯ୍ୟନ୍ତ ଗଲେ। 38 ପୁଣି, ସେମାନଙ୍କର ଅନ୍ୟ ଯେଉଁ ଦଳ ଧନ୍ୟବାଦ ଉତ୍ସର୍ଗ କଲେ, ସେମାନେ ସେମାନଙ୍କୁ ଭେଟିବାକୁ ଗଲେ, ଆଉ ଆମ୍ଭେ ଓ ଲୋକମାନଙ୍କର ଅର୍ଦ୍ଧେକ ସେମାନଙ୍କ ପଛେ ପଛେ ପ୍ରାଚୀର ଉପରେ ତୁନ୍ଦୁରୁ-ଦୁର୍ଗ ଦେଇ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଗଲୁ ; 39 ଆଉ, ଇଫ୍ରୟିମ-ଦ୍ଵାର ଓ ପୁରାତନଦ୍ଵାର ଓ ମତ୍ସ୍ୟଦ୍ଵାର ଓ ହନନେଲ ଦୁର୍ଗ ଓ ହମିୟ ଦୁର୍ଗ ଦେଇ ମେଷଦ୍ଵାର ପର୍ଯ୍ୟନ୍ତ ଗଲୁ; ଆଉ, ସେମାନେ ପ୍ରହରୀ-ଦ୍ଵାରରେ ଠିଆ ହୋଇ ରହିଲେ। 40 ଏହିରୂପେ ପରମେଶ୍ଵରଙ୍କ ଗୃହରେ ଧନ୍ୟବାଦ ଉତ୍ସର୍ଗକାରୀ ସେହି ଦୁଇ ଦଳ ଓ ଆମ୍ଭେ, ପୁଣି ଆମ୍ଭ ସଙ୍ଗେ ଅଧ୍ୟକ୍ଷମାନଙ୍କର ଅର୍ଦ୍ଧେକ; 41 ଆଉ ଇଲୀୟାକୀମ୍, ମାସେୟ, ମିନ୍ୟାମୀନ, ମୀଖାୟ, ଇଲୀୟୋ-ଐନୟ, ଜିଖରୀୟ, ହନାନୀୟ, ତୂରୀବାଦକ, ଏହି ଯାଜକମାନେ; 42 ଆଉ, ମାସେୟ ଓ ଶମୟୀୟ ଓ ଇଲୀୟାସର ଓ ଉଷି ଓ ଯିହୋହାନନ୍ ଓ ମଲକୀୟ ଓ ଏଲମ ଓ ଏଷର, ପୁଣି ଆମ୍ଭେ ସମସ୍ତେ ଠିଆ ହୋଇ ରହିଲୁ। ସେତେବେଳେ ଗାୟକମାନେ ଓ ସେମାନଙ୍କର ଅଧ୍ୟକ୍ଷ ଯିଷ୍ରହୀୟ ଉଚ୍ଚୈଃସ୍ଵରରେ ଗାନ କଲେ। 43 ପୁଣି, ସେହି ଦିନ ଲୋକମାନେ ମହାବଳିଦାନ କରି ଆନନ୍ଦ କଲେ; କାରଣ ପରମେଶ୍ଵର ସେମାନଙ୍କୁ ମହାନନ୍ଦରେ ଆନନ୍ଦିତ କରିଥିଲେ; ଆଉ ସ୍ତ୍ରୀମାନେ, ମଧ୍ୟ ଓ ବାଳକ-ବାଳିକାଗଣ ଆନନ୍ଦ କଲେ; ତହିଁରେ ଯିରୂଶାଲମର ଆନନ୍ଦଧ୍ଵନି ଅନେକ ଦୂର ପର୍ଯ୍ୟନ୍ତ ଶୁଣାଗଲା। ମନ୍ଦିର ପରିଚର୍ଯ୍ୟା 44 ପୁଣି, ସେହି ଦିନରେ ଧନ ଓ ଉତ୍ତୋଳନୀୟ ଉପହାର, ପ୍ରଥମଜାତ ଫଳ ଓ ଦଶମାଂଶ, ଯାଜକ ଓ ଲେବୀୟମାନଙ୍କ ନିମନ୍ତେ ନାନା ନଗରର କ୍ଷେତ୍ରାନୁସାରେ ବ୍ୟବସ୍ଥା-ନିରୂପିତ ଅଂଶ ସଂଗ୍ରହ କରିବା ପାଇଁ କୋଠରିସବୁରେ ଲୋକମାନେ ନିଯୁକ୍ତ ହେଲେ; କାରଣ ପରିଚର୍ଯ୍ୟାକାରୀ ଯାଜକ ଓ ଲେବୀୟମାନଙ୍କ ସକାଶୁ ଯିହୁଦା ଆନନ୍ଦିତ ହୋଇଥିଲା। 45 ପୁଣି, ସେମାନେ ଦାଉଦ ଓ ତାଙ୍କର ପୁତ୍ର ଶଲୋମନଙ୍କର ଆଜ୍ଞାନୁସାରେ ଆପଣାମାନଙ୍କ ପରମେଶ୍ଵରଙ୍କ ରକ୍ଷଣୀୟ ଓ ଶୌଚର ରକ୍ଷଣୀୟ ରକ୍ଷା କଲେ, ଆଉ ଗାୟକମାନେ ଓ ଦ୍ଵାରପାଳମାନେ ସେହିପରି କଲେ। 46 କାରଣ ପୂର୍ବକାଳେ ଦାଉଦ ଓ ଆସଫଙ୍କ ସମୟରେ ଗାୟକମାନଙ୍କର ଜଣେ ପ୍ରଧାନ ଥିଲା ଓ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଓ ଧନ୍ୟବାଦାର୍ଥକ ନାନା ଗୀତ ଥିଲା। 47 ପୁଣି, ସରୁବ୍ବାବିଲ ଓ ନିହିମୀୟାଙ୍କ ସମୟରେ ସମଗ୍ର ଇସ୍ରାଏଲ ପ୍ରତି ଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କର ଓ ଦ୍ଵାରପାଳମାନଙ୍କର ଅଂଶ ଦେଲେ; ଆଉ ଲୋକମାନେ ଲେବୀୟମାନଙ୍କ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ ଓ ଲେବୀୟମାନେ ହାରୋଣ-ସନ୍ତାନଗଣ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ। |
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.
Bible Society of India