ନିହିମୀୟା 7 - ପବିତ୍ର ବାଇବଲ (Re-edited) - (BSI)1 ପ୍ରାଚୀର ନିର୍ମିତ ହୁଅନ୍ତେ, ମୁଁ କବାଟସବୁ ଝୁଲାଇଲି, ପୁଣି ଦ୍ଵାରପାଳ ଓ ଗାୟକ ଓ ଲେବୀୟମାନେ ନିଯୁକ୍ତ ହେଲେ। 2 ତହୁଁ ମୁଁ ଆପଣା ଭ୍ରାତା ହନାନିକି ଓ ଦୁର୍ଗର ଶାସନକର୍ତ୍ତା ହନାନୀୟକୁ ଯିରୂଶାଲମ ଉପରେ ନିଯୁକ୍ତ କଲି; କାରଣ ହନାନୀୟ ବିଶ୍ଵସ୍ତ ଲୋକ ଥିଲା ଓ ସେ ଅନେକଙ୍କ ଅପେକ୍ଷା ପରମେଶ୍ଵରଙ୍କୁ ଭୟ କଲା। 3 ଆଉ, ମୁଁ ସେମାନଙ୍କୁ କହିଲି, ସୂର୍ଯ୍ୟ ପ୍ରଚଣ୍ତ ନୋହିବା ପର୍ଯ୍ୟନ୍ତ ଯିରୂଶାଲମର ଦ୍ଵାରସବୁ ଫିଟା ନ ଯାଉ; ଲୋକମାନେ ପ୍ରହରୀକର୍ମରେ ଠିଆ ହେବା ବେଳେ ଦ୍ଵାରସବୁ ବନ୍ଦ କରନ୍ତୁ, ଆଉ ତୁମ୍ଭେମାନେ ତହିଁରେ ଅର୍ଗଳ ଦିଅ; ପୁଣି, ତୁମ୍ଭେମାନେ ଯିରୂଶାଲମ-ନିବାସୀମାନଙ୍କୁ ପ୍ରହରୀ କରି ନିଯୁକ୍ତ କର, ସେମାନେ ପ୍ରତ୍ୟେକେ ଆପଣା ଆପଣା ପହରାରେ ଓ ପ୍ରତ୍ୟେକେ ଆପଣା ଆପଣା ଗୃହ ସମ୍ମୁଖରେ ରହନ୍ତୁ। ନିର୍ବାସନରୁ ଫେରିଥିବା ଲୋକଙ୍କ ତାଲିକା 4 ନଗର ପ୍ରଶସ୍ତ ଓ ବୃହତ ଥିଲା; ମାତ୍ର ତହିଁ ମଧ୍ୟରେ ଅଳ୍ପ ଲୋକ ଥିଲେ ଓ ଗୃହ ସବୁ ନିର୍ମିତ ହୋଇ ନ ଥିଲା। 5 ଏଉତ୍ତାରେ ବଂଶାବଳୀକ୍ରମେ ଗଣିତ ହେବା ପାଇଁ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଲୋକମାନଙ୍କୁ ଏକତ୍ର କରିବାକୁ ମୋହର ପରମେଶ୍ଵର ମୋʼ ମନରେ ପ୍ରବୃତ୍ତି ଦେଲେ। ଆଉ, ଯେଉଁମାନେ ପ୍ରଥମେ ଆସିଥିଲେ, ମୁଁ ସେମାନଙ୍କର ବଂଶାବଳୀ-ପୁସ୍ତକ ପାଇଲି, ତହିଁରେ ଏହା ଲେଖା ଥିବାର ଦେଖିଲି, ଯଥା, 6 ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ, ବାବିଲର ରାଜା ନବୁଖଦ୍ନିତ୍ସର ଏମାନଙ୍କୁ ନେଇଯାଇଥିଲା; 7 ଏମାନେ ସରୁବ୍ବାବିଲ, ଯେଶୂୟ, ନିହିମୀୟା, ଅସରୀୟ, ରୟମା, ନହମାନି, ମର୍ଦ୍ଦଖୟ, ବିଲଶନ୍, ମିସ୍ପର, ବିଗ୍ବୟ, ନହୂମ, ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶୀୟ ପୁରୁଷଗଣର ସଂଖ୍ୟା ଏହି, ଯଥା, 8 ପରିୟୋଶର ସନ୍ତାନ ଦୁଇ ହଜାର ଏକ ଶହ ବାସ୍ତରି ଜଣ। 9 ଶଫଟୀୟର ସନ୍ତାନ ତିନି ଶହ ବାସ୍ତରି ଜଣ। 10 ଆରହର ସନ୍ତାନ ଛଅ ଶହ ବାଆନ ଜଣ। 11 ଯେଶୂୟ ଓ ଯୋୟାବର ସନ୍ତାନଗଣ ମଧ୍ୟରୁ ପହତ୍-ମୋୟାବର ସନ୍ତାନ ଦୁଇ ହଜାର ଆଠ ଶହ ଅଠର ଜଣ। 12 ଏଲମର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ। 13 ସତ୍ତୂର ସନ୍ତାନ ଆଠ ଶହ ପଞ୍ଚଚାଳିଶ ଜଣ। 14 ସକ୍କୟର ସନ୍ତାନ ସାତ ଶହ ଷାଠିଏ ଜଣ। 15 ବିନ୍ନୁୟିର ସନ୍ତାନ ଛଅ ଶହ ଅଠଚାଳିଶ ଜଣ। 16 ବେବୟର ସନ୍ତାନ ଛଅ ଶହ ଅଠାଇଶ ଜଣ। 17 ଅସ୍ଗଦର ସନ୍ତାନ ଦୁଇ ହଜାର ତିନି ଶହ ବାଇଶ ଜଣ। 18 ଅଦୋନୀକାମର ସନ୍ତାନ ଛଅ ଶହ ସତଷଠି ଜଣ। 19 ବିଗ୍ବୟର ସନ୍ତାନ ଦୁଇ ହଜାର ସତଷଠି ଜଣ। 20 ଆଦୀନର ସନ୍ତାନ ଛଅ ଶହ ପଞ୍ଚାବନ ଜଣ। 21 ହିଜକୀୟର ବଂଶଜାତ ଆଟରର ସନ୍ତାନ ଅଠାନବେ ଜଣ। 22 ହଶୂମର ସନ୍ତାନ ତିନି ଶହ ଅଠାଇଶ ଜଣ। 23 ବେତ୍ସୟର ସନ୍ତାନ ତିନି ଶହ ଚବିଶ ଜଣ। 24 ହାରୀଫର ସନ୍ତାନ ଏକ ଶହ ବାର ଜଣ। 25 ଗିବିୟୋନର ସନ୍ତାନ ପଞ୍ଚାନବେ ଜଣ। 26 ବୈଥ୍ଲେହମ୍ ଓ ନଟୋଫାର ଲୋକ ଏକ ଶହ ଅଠାଅଶୀ ଜଣ। 27 ଅନାଥୋତର ଲୋକ ଏକ ଶହ ଅଠାଇଶ ଜଣ। 28 ବେଥ୍-ଅସ୍ମାବତର ଲୋକ ବୟାଳିଶ ଜଣ। 29 କିରୀୟତ୍-ଯିୟାରୀମର, କଫୀରାର ଓ ବେରୋତର ଲୋକ ସାତଣଶହ ତେୟାଳିଶ ଜଣ। 30 ରାମା ଓ ଗେବାର ଲୋକ ଛଅ ଶହ ଏକୋଇଶ ଜଣ। 31 ମିକ୍ମସର ଲୋକ ଏକ ଶହ ବାଇଶ ଜଣ। 32 ବୈଥେଲ୍ ଓ ଅୟର ଲୋକ ଏକ ଶହ ତେଇଶ ଜଣ। 33 ଅନ୍ୟ ନବୋର ଲୋକ ବାଆନ ଜଣ। 34 ଅନ୍ୟ ଏଲମର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ। 35 ହାରୀମର ସନ୍ତାନ ତିନି ଶହ କୋଡ଼ିଏ ଜଣ। 36 ଯିରୀହୋର ସନ୍ତାନ ତିନି ଶହ ପଞ୍ଚଚାଳିଶ ଜଣ। 37 ଲୋଦ୍, ହାଦୀଦ୍ ଓ ଓନୋର ସନ୍ତାନ ସାତ ଶହ ଏକୋଇଶ ଜଣ। 38 ସନାୟାର ସନ୍ତାନ ତିନି ହଜାର ନଅ ଶହ ତିରିଶ ଜଣ। 39 ଯାଜକମାନଙ୍କର ସଂଖ୍ୟା; ଯେଶୂୟ ବଂଶୀୟ ଯିଦୟୀୟର ସନ୍ତାନ ନଅ ଶହ ତେସ୍ତରି ଜଣ। 40 ଇମ୍ମେରର ସନ୍ତାନ ଏକ ହଜାର ବାଆନ ଜଣ। 41 ପଶ୍ହୂରର ସନ୍ତାନ ଏକ ହଜାର ଦୁଇ ଶହ ସତଚାଳିଶ ଜଣ। 42 ହାରିମର ସନ୍ତାନ ଏକ ହଜାର ସତର ଜଣ। 43 ଲେବୀୟମାନଙ୍କର ସଂଖ୍ୟା; ହେଦବାର ସନ୍ତାନ-ମାନଙ୍କ ମଧ୍ୟରୁ ଯେଶୂୟର, କଦ୍ମୀୟେଲର ସନ୍ତାନ ଚଉସ୍ତରି ଜଣ। 44 ଗାୟକମାନଙ୍କ ସଂଖ୍ୟା; ଆସଫର ସନ୍ତାନ ଏକ ଶହ ଅଠଚାଳିଶ ଜଣ। 45 ଦ୍ଵାରପାଳମାନଙ୍କ ସଂଖ୍ୟା; ଶଲ୍ଲୁମର ସନ୍ତାନ, ଆଟରର ସନ୍ତାନ, ଟଲମୋନର ସନ୍ତାନ, ଅକ୍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ ଏକ ଶହ ଅଠତିରିଶ ଜଣ। 46 ନଥୀନୀୟମାନଙ୍କ ସଂଖ୍ୟା; ସୀହର ସନ୍ତାନଗଣ, ହସୂଫାର ସନ୍ତାନଗଣ, ଟବ୍ବାୟୋତର ସନ୍ତାନଗଣ; 47 କେରୋସର ସନ୍ତାନଗଣ, ସୀୟର ସନ୍ତାନଗଣ, ପାଦୋନର ସନ୍ତାନଗଣ; 48 ଲବାନାର ସନ୍ତାନଗଣ, ହଗାବର ସନ୍ତାନଗଣ, ଶଲ୍ମୟର ସନ୍ତାନଗଣ; 49 ହାନନର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ, ଗହରର ସନ୍ତାନଗଣ; 50 ରାୟାର ସନ୍ତାନଗଣ, ରତ୍ସୀନର ସନ୍ତାନଗଣ, ନକୋଦର ସନ୍ତାନଗଣ; 51 ଗସମର ସନ୍ତାନଗଣ, ଉଷର ସନ୍ତାନଗଣ, ପାସେହର ସନ୍ତାନଗଣ; 52 ବେଷୟର ସନ୍ତାନଗଣ, ମିୟୂନୀମର ସନ୍ତାନଗଣ, ନଫୁଷୀମର ସନ୍ତାନଗଣ; 53 ବକ୍ବୁକର ସନ୍ତାନଗଣ, ହକୂଫାର ସନ୍ତାନଗଣ, ହର୍ହୂରର ସନ୍ତାନଗଣ; 54 ବସ୍ଲୂତର ସନ୍ତାନଗଣ, ମହୀଦାର ସନ୍ତାନଗଣ, ହର୍ଶାର ସନ୍ତାନଗଣ; 55 ବର୍କୋସର ସନ୍ତାନଗଣ, ସୀଷରାର ସନ୍ତାନଗଣ, ତେମହର ସନ୍ତାନଗଣ; 56 ନତ୍ସୀହର ସନ୍ତାନଗଣ, ହଟୀଫାର ସନ୍ତାନଗଣ। 57 ଶଲୋମନର ଦାସମାନଙ୍କ ସନ୍ତାନଗଣର ସଂଖ୍ୟା; ସୋଟୟର ସନ୍ତାନଗଣ, ସୋଫେରତର ସନ୍ତାନଗଣ, ପରିଦାର ସନ୍ତାନଗଣ; 58 ଯାଳାର ସନ୍ତାନଗଣ, ଦର୍କୋଣର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ; 59 ଶଫଟୀୟର ସନ୍ତାନଗଣ, ହଟୀଲାର ସନ୍ତାନଗଣ, ପୋଖେରତ୍-ହତ୍ସବାୟିମର ସନ୍ତାନଗଣ, ଆମୋନର ସନ୍ତାନଗଣ। 60 ସମୁଦାୟ ନଥୀନୀୟ ଓ ଶଲୋମନର ଦାସମାନଙ୍କ ସନ୍ତାନଗଣର ସଂଖ୍ୟା ତିନି ଶହ ବୟାନବେ ଜଣ। 61 ପୁଣି, ତେଲମେଲହ, ତେଲହର୍ଶା, କଋବ୍, ଅଦ୍ଦନ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ; ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା, 62 ଦଲାୟର ସନ୍ତାନ, ଟୋବୀୟର ସନ୍ତାନ, ନକୋଦର ସନ୍ତାନ, ଛଅଣଶହ ବୟାଳିଶ ଜଣ। 63 ଯାଜକମାନଙ୍କ ମଧ୍ୟରୁ ହବାୟର ସନ୍ତାନଗଣ, ହକୋସର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲୀୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା। 64 ଏମାନେ ବଂଶାବଳୀକ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀ-ପତ୍ର ଅନ୍ଵେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ସେମାନେ ଅଶୁଚି ଗଣିତ ହୋଇ ଯାଜକ ପଦଚ୍ୟୁତ ହେଲେ। 65 ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍ ଓ ତୁମ୍ମୀମ୍ଧାରୀ ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ପବିତ୍ର ବସ୍ତୁ ଭୋଜନ କରିବ ନାହିଁ। ଜନ ଓ ଦାନର ସମଷ୍ଟି 66 ଆଉ, ଏକତ୍ରୀକୃତ ସମସ୍ତ ସମାଜ ବୟାଳିଶ ହଜାର ତିନି ଶହ ଷାଠିଏ ଜଣ। 67 ଏହା ଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ; ଆହୁରି, ସେମାନଙ୍କର ଦୁଇ ଶହ ପଞ୍ଚଚାଳିଶ ଜଣ ଗାୟକ ଗାୟିକା ଥିଲେ। 68 ସେମାନଙ୍କର ସାତ ଶହ ଛତିଶ ଅଶ୍ଵ; ଦୁଇ ଶହ ପଞ୍ଚଚାଳିଶ ଖଚର; 69 ଚାରି ଶହ ପଞ୍ଚତିରିଶ ଉଷ୍ଟ୍ର; ଛଅ ହଜାର ସାତ ଶହ କୋଡ଼ିଏ ଗର୍ଦ୍ଦଭ ଥିଲେ। 70 ପୁଣି, ପିତୃବଂଶୀୟ ପ୍ରଧାନମାନଙ୍କ ମଧ୍ୟରୁ କେହି କେହି ସେହି କର୍ମ ନିମନ୍ତେ ଦାନ କଲେ। ଶାସନକର୍ତ୍ତା ଭଣ୍ତାରରେ ଡାରିକ୍ ନାମକ ଏକ ହଜାର ସ୍ଵର୍ଣ୍ଣମୁଦ୍ରା, ପଚାଶ କୁଣ୍ତ, ପାଞ୍ଚ ଶହ ତିରିଶ ଯାଜକୀୟ ବସ୍ତ୍ର ଦେଲା। 71 ଆଉ, ପିତୃବଂଶୀୟ କେତେକ ପ୍ରଧାନ ଲୋକ କର୍ମର ଭଣ୍ତାରରେ ଡାରିକ୍ ନାମକ କୋଡ଼ିଏ ହଜାର ସ୍ଵର୍ଣ୍ଣମୁଦ୍ରା ଓ ଦୁଇ ହଜାର ଦୁଇ ଶହ ପାଉଣ୍ତ ରୂପା ଦେଲେ। 72 ଅନ୍ୟ ଲୋକ ସମସ୍ତେ ଡାରିକ୍ ନାମକ କୋଡ଼ିଏ ହଜାର ସ୍ଵର୍ଣ୍ଣମୁଦ୍ରା ଓ ଦୁଇ ହଜାର ପାଉଣ୍ତ ରୂପା ଓ ସତଷଠି ଯାଜକୀୟ ବସ୍ତ୍ର ଦେଲେ। 73 ଏଉତ୍ତାରେ ଯାଜକମାନେ ଓ ଲେବୀୟମାନେ ଓ ଦ୍ଵାରପାଳମାନେ ଓ ଗାୟକମାନେ, ଆଉ ଲୋକମାନଙ୍କ ମଧ୍ୟରୁ କେତେକ ଓ ନଥୀନୀୟମାନେ ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ। ଏଉତ୍ତାରେ ସପ୍ତମ ମାସ ଉପସ୍ଥିତ ହେଲା, ଆଉ ଇସ୍ରାଏଲ-ସନ୍ତାନଗଣ ଆପଣା ନଗରରେ ଥିଲେ। |
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.
Bible Society of India