Biblia Todo Logo
Bìoball air-loidhne

- Sanasan -

ହିତୋପଦେଶ 2 - ପବିତ୍ର ବାଇବଲ (Re-edited) - (BSI)


ଜ୍ଞାନର ପୁରସ୍କାର

1 ହେ ମୋହର ପୁତ୍ର, ତୁମ୍ଭେ ଯେବେ ମୋʼ କଥା ଗ୍ରହଣ କର ଓ ମୋʼ ଆଜ୍ଞାସବୁ ମନରେ ରଖ;

2 ଯେବେ ଜ୍ଞାନ ଆଡ଼କୁ ତୁମ୍ଭ କର୍ଣ୍ଣ ଡେର ଓ ବୁଦ୍ଧିରେ ମନୋନିବେଶ କର;

3 ହଁ, ଯେବେ ତୁମ୍ଭେ ସୁବିବେଚନା ପ୍ରତି ଡାକ ପକାଅ ଓ ବୁଦ୍ଧି ନିମନ୍ତେ ଉଚ୍ଚସ୍ଵର କର;

4 ଯେବେ ରୂପା ନ୍ୟାୟ ତାକୁ ଖୋଜ ଓ ପୋତା-ଧନ ପରି ତାହାର ଅନ୍ଵେଷଣ କରନ୍ତ

5 ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ ଓ ପରମେଶ୍ଵରଙ୍କ ବିଷୟକ ତତ୍ତ୍ଵଜ୍ଞାନ ପାଇବ।

6 ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।

7 ସେ ସତ୍ ଲୋକଙ୍କ ନିମନ୍ତେ ତତ୍ତ୍ଵଜ୍ଞାନ ସଞ୍ଚୟ କରନ୍ତି, ସେ ସରଳାଚାରୀମାନଙ୍କର ଢାଲ ସ୍ଵରୂପ ଅଟନ୍ତି।

8 ଯେପରିକି ସେ ନ୍ୟାୟର ପଥ ରକ୍ଷା କରି ପାରିବେ ଓ ଆପଣା ସାଧୁମାନଙ୍କ ଗତି ସମ୍ଭାଳିବେ।

9 ତହୁଁ ତୁମ୍ଭେ ଧାର୍ମିକତା ଓ ସୁବିଚାର ଓ ନ୍ୟାୟ ଓ ମଙ୍ଗଳର ସମସ୍ତ ପଥ ଜାଣିବ।

10 କାରଣ ଜ୍ଞାନ ତୁମ୍ଭ ହୃଦୟରେ ପ୍ରବେଶ କରିବ, ପୁଣି ବିଦ୍ୟା ତୁମ୍ଭ ପ୍ରାଣର ତୁଷ୍ଟିକର ହେବ;

11 ପରିଣାମଦର୍ଶିତା ତୁମ୍ଭ ଉପରେ ପ୍ରହରୀ ହେବ, ବୁଦ୍ଧି ତୁମ୍ଭକୁ ରକ୍ଷା କରିବ।

12 ତହିଁରେ ଯେଉଁମାନେ ଅବାଧ୍ୟ କଥା କହନ୍ତି,

13 ଯେଉଁମାନେ ଅନ୍ଧକାରମୟ ପଥରେ ଗତାୟାତ କରିବା ନିମନ୍ତେ ସରଳ ମାର୍ଗ ପରିତ୍ୟାଗ କରନ୍ତି;

14 ଯେଉଁମାନେ କୁକ୍ରିୟା କରିବାକୁ ହୃଷ୍ଟ ଓ ଦୁଷ୍ଟମାନଙ୍କ ଅବାଧ୍ୟତାରେ ଅନୁରକ୍ତ;

15 ଯେଉଁମାନେ ଆପଣା ଆପଣା ମାର୍ଗରେ କୁଟିଳ ଓ ଆପଣା ଆପଣା ପଥରେ ବକ୍ରଗାମୀ, ଏପରି କୁକର୍ମକାରୀମାନଙ୍କ ପଥରୁ ତୁମ୍ଭର ଉଦ୍ଧାର ହେବ।

16 ଆଉ, ଯେଉଁ ପରସ୍ତ୍ରୀ ଚାଟୁବାଦିନୀ, ଯେ ଆପଣା ଯୌବନକାଳର ମିତ୍ରକୁ ତ୍ୟାଗ କରି ଆପଣା ପରମେଶ୍ଵରଙ୍କ ନିୟମ ପାସୋରେ ହିତୋ. ୫:୩

17 ଯାହାର ଗୃହ ମୃତ୍ୟୁଆଡ଼େ

18 ଓ ଯାହାର ପଥ ପରଲୋକ ଆଡ଼େ ଯାଏ, ଯାହା ନିକଟକୁ ଗମନ କଲେ କେହି ଫେରି ଆସେ ନାହିଁ ଓ ଜୀବନର ପଥ ଆଉ ଧରେ ନାହିଁ,

19 ଏପରି ପରକୀୟା ସ୍ତ୍ରୀଠାରୁ ତୁମ୍ଭର ଉଦ୍ଧାର ହେବ।

20 ଏନିମନ୍ତେ ତୁମ୍ଭେ ସତ୍ଲୋକମାନଙ୍କ ମାର୍ଗରେ ଗମନ କର ଓ ଧାର୍ମିକମାନଙ୍କ ପଥ ଅବଲମ୍ଵନ କର,

21 ଯେହେତୁ ସରଳ ଲୋକମାନେ ଦେଶରେ ବାସ କରିବେ, ପୁଣି ସାଧୁମାନେ ତହିଁରେ ସୁସ୍ଥିର ରହିବେ।

22 ମାତ୍ର ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହେବେ ଓ ବିଶ୍ଵାସଘାତକମାନେ ତହିଁରୁ ଉତ୍ପାଟିତ ହେବେ।

ODIA-OV (Re-edited) - ପବିତ୍ର ବାଇବଲ (Re-edited)

Copyright © 2014 by The Bible Society of India

Used by permission. All rights reserved worldwide.

Bible Society of India
Lean sinn:



Sanasan