Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 101 - ପବିତ୍ର ବାଇବଲ (Re-edited) - (BSI)


ରାଜାଙ୍କ ପ୍ରତିଜ୍ଞା
ଦାଉଦଙ୍କର ଗୀତ।

1 ମୁଁ ଦୟା ଓ ଶାସନ ବିଷୟ ଗାନ କରିବି। ହେ ସଦାପ୍ରଭୋ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।

2 ମୁଁ ବିବେଚନାପୂର୍ବକ ସିଦ୍ଧ ପଥରେ ଗମନ କରିବି; ଆହା, ତୁମ୍ଭେ କେବେ ମୋʼ ନିକଟକୁ ଆସିବ? ମୁଁ ଆପଣା ଗୃହ ମଧ୍ୟରେ ସିଦ୍ଧ ଅନ୍ତଃକରଣରେ ଆଚରଣ କରିବି।

3 ମୁଁ କୌଣସି ମନ୍ଦ ବିଷୟ ଆପଣା ଦୃଷ୍ଟି-ଗୋଚରରେ ରଖିବି ନାହିଁ; ମୁଁ ବିପଥଗାମୀମାନଙ୍କ କର୍ମ ଘୃଣା କରେ; ଗୀତ.୯୭:୧୦ ତାହା ମୋʼଠାରେ ଲିପ୍ତ ହେବ ନାହିଁ।

4 କୁଟିଳ ଅନ୍ତଃକରଣ ମୋʼ ନିକଟରୁ ଦୂର ହେବ; ମୁଁ ମନ୍ଦ ବିଷୟର ପରିଚୟ ନେବି ନାହିଁ।

5 ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି; ଯାହାର ଅହଙ୍କାର-ଦୃଷ୍ଟି ଓ ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ।

6 ଦେଶର ବିଶ୍ଵସ୍ତ ଲୋକେ ଯେପରି ମୋʼ ସଙ୍ଗେ ବାସ କରିବେ, ଏଥିପାଇଁ ସେମାନଙ୍କ ଉପରେ ମୋହର ଦୃଷ୍ଟି ରହିବ। ଯେଉଁ ଜନ ସିଦ୍ଧ ପଥରେ ଚାଲେ, ସେ ମୋହର ସେବା କରିବ।

7 ଯେ ପ୍ରତାରଣା କରେ, ସେ ମୋʼ ଗୃହ ମଧ୍ୟରେ ବାସ କରିବ ନାହିଁ। ଯେ ମିଥ୍ୟା କହେ, ସେ ମୋʼ ଦୃଷ୍ଟିଗୋଚରରେ ସ୍ଥାୟୀ ହେବ ନାହିଁ।

8 ମୁଁ ଅଧର୍ମାଚାରୀସମସ୍ତଙ୍କୁ ସଦାପ୍ରଭୁଙ୍କ ନଗରରୁ ଉଚ୍ଛିନ୍ନ କରିବା ନିମନ୍ତେ ପ୍ରତି ପ୍ରଭାତରେ ଦେଶର ସକଳ ଦୁଷ୍ଟ ଲୋକଙ୍କୁ ସଂହାର କରିବି।

ODIA-OV (Re-edited) - ପବିତ୍ର ବାଇବଲ (Re-edited)

Copyright © 2014 by The Bible Society of India

Used by permission. All rights reserved worldwide.

Bible Society of India
Lean sinn:



Sanasan