ଗୀତସଂହିତା 13 - ପବିତ୍ର ବାଇବଲ (Re-edited) - (BSI)ସହାୟତା ପାଇଁ ନିବେଦନ ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। 1 ହେ ସଦାପ୍ରଭୋ, କେତେ କାଳ, ତୁମ୍ଭେ କି ସଦାକାଳ ମୋତେ ପାସୋରିବ? ତୁମ୍ଭେ କେତେ କାଳ ମୋʼଠାରୁ ଆପଣା ମୁଖ ଲୁଚାଇବ? 2 ମୁଁ ଦିନଯାକ ନିଜ ଅନ୍ତଃକରଣରେ ଦୁଃଖିତ ହୋଇ କେତେ କାଳ ମନେ ମନେ ପରାମର୍ଶ କରିବି? କେତେ କାଳ ମୋʼ ଶତ୍ରୁ ମୋʼ ଉପରେ ଉଚ୍ଚୀକୃତ ହେବ? 3 ହେ ସଦାପ୍ରଭୋ, ମୋʼ ପରମେଶ୍ଵର, ବିବେଚନା କର ଓ ମୋତେ ଉତ୍ତର ଦିଅ; ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁ-ନିଦ୍ରାରେ ନିଦ୍ରାଗତ ହେବି; 4 କେଜାଣି ମୋʼ ଶତ୍ରୁ କହିବ, ମୁଁ ତାହାକୁ ଜୟ କରିଅଛି; ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ। 5 ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି; ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ; 6 ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି, କାରଣ ସେ ମୋହର ପ୍ରଚୁର ମଙ୍ଗଳ କରିଅଛନ୍ତି। |
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.
Bible Society of India