Biblia Todo Logo
Bìoball air-loidhne

- Sanasan -

ଗୀତସଂହିତା 130 - ପବିତ୍ର ବାଇବଲ (Re-edited) - (BSI)


ସହାୟତା ପାଇଁ ପ୍ରାର୍ଥନା
ଆରୋହଣ-ଗୀତ।

1 ହେ ସଦାପ୍ରଭୋ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି।

2 ହେ ପ୍ରଭୋ, ମୋʼ ରବ ଶୁଣ; ତୁମ୍ଭ କର୍ଣ୍ଣ ମୋʼ ବିନତି-ରବରେ ମନୋଯୋଗ କରୁ।

3 ହେ ସଦାପ୍ରଭୋ, ତୁମ୍ଭେ ଯେବେ ଅପରାଧସବୁ ଧରିବ, ତେବେ ହେ ପ୍ରଭୋ, କିଏ ଠିଆ ହେବ?

4 ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ, ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି।

5 ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋʼ ପ୍ରାଣ ଅପେକ୍ଷା କରୁଅଛି,

6 ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋʼ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ;

7 ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ;

8 ପୁଣି, ସେ ଇସ୍ରାଏଲକୁ ତାହାର ସମସ୍ତ ଅପରାଧରୁ ମୁକ୍ତ କରିବେ।

ODIA-OV (Re-edited) - ପବିତ୍ର ବାଇବଲ (Re-edited)

Copyright © 2014 by The Bible Society of India

Used by permission. All rights reserved worldwide.

Bible Society of India
Lean sinn:



Sanasan