ଗୀତସଂହିତା 146 - ପବିତ୍ର ବାଇବଲ (Re-edited) - (BSI)ତ୍ରାଣକର୍ତ୍ତା ପ୍ରଭୁଙ୍କ ସ୍ତୁତିଗାନ 1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ହେ ମୋହର ମନ, ସଦାପ୍ରଭୁଙ୍କର ପ୍ରଶଂସା କର। 2 ମୁଁ ବଞ୍ଚିବାଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ଵରଙ୍କର ପ୍ରଶଂସାଗାନ କରିବି। 3 ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ-ସନ୍ତାନ ଉପରେ ନିର୍ଭର କର ନାହିଁ। 4 ତାହାର ନିଃଶ୍ଵାସ ବାହାରି ଯାଏ, ସେ ନିଜ ମୃତ୍ତିକାକୁ ଫେରିଯାଏନ୍ତ ସେହି ଦିନ ତାହାର ସଙ୍କଳ୍ପସବୁ ନଷ୍ଟ ହୁଏ। 5 ଯାକୁବର ପରମେଶ୍ଵର ଯାହାର ସାହାଯ୍ୟ ସ୍ଵରୂପ, ସଦାପ୍ରଭୁ ଆପଣା ପରମେଶ୍ଵର ଯାହାର ଆଶାଭୂମି, ସେ ଲୋକ ଧନ୍ୟନ୍ତ 6 ସେ ଆକାଶମଣ୍ତଳ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ନିର୍ମାଣ କଲେ; ସେ ସଦାକାଳ ସତ୍ୟ ପାଳନ କରନ୍ତି; 7 ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟ ବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି। 8 ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି; ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତିନ୍ତ ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି। 9 ସଦାପ୍ରଭୁ ବିଦେଶୀମାନଙ୍କୁ ରକ୍ଷା କରନ୍ତି; ସେ ପିତୃହୀନ ଓ ବିଧବାକୁ ଧରି ରଖନ୍ତି; ମାତ୍ର ଦୁଷ୍ଟମାନଙ୍କର ଗତି ସେ ଓଲଟାଇ ପକାନ୍ତି। 10 ସଦାପ୍ରଭୁ ଅନନ୍ତକାଳ ରାଜ୍ୟ କରିବେ, ହେ ସିୟୋନ, ତୁମ୍ଭର ପରମେଶ୍ଵର ସକଳ ପୁରୁଷା-ନୁକ୍ରମରେ ରାଜ୍ୟ କରିବେ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। |
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.
Bible Society of India