ଗୀତସଂହିତା 15 - ପବିତ୍ର ବାଇବଲ (Re-edited) - (BSI)ସଦାପ୍ରଭୁଙ୍କ ଆବଶ୍ୟକତା 1 ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ତୁମ୍ଭ ଆବାସରେ କିଏ ପ୍ରବାସ କରିବ? ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରିବ? 2 ଯେଉଁ ଜନ ସରଳାଚରଣ ଓ ଧର୍ମକର୍ମ କରେ ଓ ଆପଣା ଅନ୍ତଃକରଣରେ ସତ୍ୟ କହେ। 3 ଯେ ଆପଣା ଜିହ୍ଵାରେ ଗ୍ଳାନି କରେ ନାହିଁ, ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ। 4 ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ। ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ। 5 ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ। ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚାଯିବ ନାହିଁ। |
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.
Bible Society of India